ସକାଳୁଆ ଅଫିସ୍‌: ଆରମ୍ଭରୁ ଅବ୍ୟବସ୍ଥା

ଗୋପ,୧୧ା୪(ଭାରତୀ ଭୂଷଣ ଉପାଧ୍ୟାୟ)ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାର ଏପ୍ରିଲ୍‌ ୧୦ରୁ ସକାଳୁଆ ଅଫିସ୍‌ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ନିର୍ଦ୍ଦେଶକୁ ସରକାରୀ ଅଧିକାରୀ ଓ କର୍ମଚାରୀ ଫୁ କରିଥିବା ଦେଖିବାକୁ ମିଳିଛି। ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ କର୍ମଚାରୀଙ୍କ ଦେଖାମିଳୁନି। ବୁଧବାର ଗୋପ ବ୍ଲକର ଅଧିକାଂଶ ସରକାରୀ କାର୍ଯ୍ୟାଳୟରେ ତାଲା ଝୁଲୁଥିବାରୁ ବିଭିନ୍ନ କାର୍ଯ୍ୟରେ ଆସିଥିବା ଲୋକେ ନିରାଶରେ ଫେରିଥିବା ସାଧାରଣରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବୁଧବାରଠାରୁ ସକାଳୁଆ ଅଫିସ୍‌ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ ଖୋଲା ରଖିବାକୁ ନିର୍ଦ୍ଦେଶ ରହିଛି। ତେଣୁ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ସକାଳ ୭ଟା ସୁଦ୍ଧା ଆସି ପହଞ୍ଚିବା କଥା। ମାତ୍ର ଗୋପ ବ୍ଲକ ଅଞ୍ଚଳରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ବୁଧବାର ଗୋପ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଜଳସମ୍ପଦ ବିଭାଗ, ପୂର୍ତ୍ତ ବିଭାଗ ଓ କୃଷି ବିଭାଗ ଆଦି ବିଭିନ୍ନ ସରକାରୀ ଅଫିସ୍‌ରେ ସକାଳ ୯ଟା ପର୍ଯ୍ୟନ୍ତ କର୍ମଚାରୀଙ୍କ ଦେଖା ମିଳି ନ ଥିଲା। ଫଳରେ ଗାଁ ଗହଳିରୁ ବିଭିନ୍ନ କାର୍ଯ୍ୟରେ ଆସିଥିବା ଲୋକେ ନିରାଶରେ ଫେରିଥିଲେ। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ରଞ୍ଜନ ଦାଶ, ଭଗବାନ ପଢିହାରୀ, ସଞୁଲତା କାଣ୍ତି ପ୍ରମୁଖ ଦାବି କରିଛନ୍ତି। ସେମାନେ ବ୍ଲକ ଓ ତହସିଲ କାର୍ଯ୍ୟାଳୟକୁ ଆସି କାମ ହୋଇ ନ ପାରିବାରୁ ନିରାଶରେ ଫେରିଥିବା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଡିଓ ଛବିରାଣୀ ସାହୁ କହିଛନ୍ତି, ପ୍ରଥମ ଦିନ ହୋଇଥିବାରୁ କେତେଜଣ କର୍ମଚାରୀ ବିଳମ୍ବରେ ଆସିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ କାରଣଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?