ସକାଳୁଆ ଅଫିସ: ମଧ୍ୟାହ୍ନ ଯାଏ କର୍ମଚାରୀଙ୍କ ଦେଖାମିଳୁନି

ରାୟଗଡ଼ା,୨୯ା୪(ସ୍ବ.ପ୍ର.): ଖରାତାତିକୁ ନଜରରେ ରଖି ରାଜ୍ୟ ସରକାର ଅଧିକାଂଶ ସରକାରୀ କାର୍ଯାଳୟ ସକାଳୁଆ ଖୋଲିବା ପାଇଁ ଘୋଷଣା କରିଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀମାନେ ଠିକ୍‌ ସମୟରେ କାର୍ଯାଳୟରେ ପହଞ୍ଚୁ ନ ଥିବା ଦେଖାଯାଉଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେମାନଙ୍କ ଚୌକି ଖାଲି ପଡ଼ୁଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ଜିଲାର ସମସ୍ତ ଅଧିକାରୀଙ୍କ କାର୍ଯ୍ୟାଳୟରେ ମାଳ ମାଳ କର୍ମଚାରୀ ଥିଲେ ମଧ୍ୟ କାର୍ଯ୍ୟାଳୟ ଖାଲି ପଡ଼ି ରହୁଛି। ଲୋକେ ନିଜ କାର୍ଯ୍ୟ ପାଇଁ ଭୋରରୁ ଆସି ଅପେକ୍ଷା କରି ରହୁଛନ୍ତି । ସେପଟେ ବିଭିନ୍ନ ବିଭାଗର କିରାଣିଙ୍କଠାରୁ ଆରମ୍ଭ କରି ଅନ୍ୟ କର୍ମଚାରୀମାନେ ଘର କାମ ସାରି କାର୍ଯାଳୟକୁ ଆସୁଛନ୍ତି । ପୁଣି ଅଫିସ ଅପରାହ୍ନ ୧ଟାରେ ଛୁଟି ହୋଇଯାଉଛି। ଏଥିପ୍ରତି କାହାରି ନଜର ପଡ଼ୁନି ।
ବୁଧବାର ରାୟଗଡ଼ା ଜିଲା ସଦର ମହକୁମାର ବିଭିନ୍ନ କାର୍ଯ୍ୟାଳୟରେ କର୍ମଚାରୀମାନଙ୍କ ଚୌକି ଖାଲି ପଡ଼ି ଥିବା ଦେଖାଯାଇଥିଲା। ଜିଲାପାଳଙ୍କ କାର୍ଯାଳୟଠାରୁ ଆରମ୍ଭ କରି ଫେକ୍ଟୋରି ଓ ବଏଲର ବିଭାଗ, ବୈଧମାପ ବିଭାଗ କାର୍ଯ୍ୟାଳୟରେ କର୍ମଚାରୀଙ୍କ ଦେଖା ମିଳି ନ ଥିଲା । ସେହିପରି ଜିଲା ଶିକ୍ଷା ବିଭାଗ, ମଙ୍ଗଳ ବିଭାଗ, ପୂର୍ତ୍ତ ବିଭାଗ, ଜିଲା ପରିଷଦ କାର୍ଯ୍ୟାଳୟ ଆଦ ସକାଳ ସମୟରେ ଖୋଲା ରହୁଥିଲେ ମଧ୍ୟ କର୍ମଚାରୀ ଠିକ୍‌ ସମୟରେ ଆସୁନାହାନ୍ତି। ଯାହା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବିଳମ୍ବରେ ଆସୁଥିବା ଏବଂ ଆଦୌ ଅଫିସ ଆସୁ ନ ଥିବା କର୍ମଚାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri