ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୯ା୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର  ସନ୍ଧ୍ୟାରେ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ବୈଠକରେ ସମସ୍ତ ଜିଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲାପାଳମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ  ଗୁରୁତ୍ୱାରୋପ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri