ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୯ା୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର  ସନ୍ଧ୍ୟାରେ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ବୈଠକରେ ସମସ୍ତ ଜିଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲାପାଳମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ  ଗୁରୁତ୍ୱାରୋପ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri