ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ ବୋଲି ବୁଧବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ହେଲେ ଶୁକ୍ରବାରଠାରୁ ସକାଳୁଆ ସ୍କୁଲ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡିକ ଖୋଲା ରହିବ। ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଇଁ ଏହି ନିୟମ ତତ୍‌କାଳ ଲାଗୁ କରିବାକୁ ସମସ୍ତ ଜିଲାପାଳଙ୍କୁ ଗଣଶିକ୍ଷା ବିଭାଗ ସଚିବ ଶାଳିନୀ ପଣ୍ଡିତ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା ସହ ଅନ୍ୟ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟରେ ଥିବା ନଳକୂପ ଏବଂ ପାନୀୟ ଟ୍ୟାପଗୁଡିକୁ ମରାମତି କରାଯିବ। ଅଭିଭାବକମାନେ ପିଲାଙ୍କୁ ସାଙ୍ଗରେ ପାଣି ବୋତଲ ଦେଇ ପଠାନ୍ତୁ। ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ଅଭିଭାବକମାନେ ପିଲାଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ କୁହାଯାଇଛି। ତେବେ ସ୍ଥାନୀୟ ପାଣିପାଗ ସ୍ଥିତି ଉପରେ ନଜର ରଖି ଜିଲାପାଳମାନେ ବିଦ୍ୟାଳୟଗୁଡିକର ସମୟ ପରିବର୍ତ୍ତନ କରିପାରିବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?