ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ଆରମ୍ଭ ହୋଇ ସାଢ଼େ ୧୧ ଟା ଯାଏ ପାଠପଢା ଚାଲିବ। ପ୍ରବଳ ଖରାକୁ ନଜରରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।