Posted inଖେଳ

ବିପର୍ଯ୍ୟୟ ସୃଷ୍ଟିକଲା ମରକ୍କୋ

ଦୋହା, ୨୮।୧୧: ଚଳିତ ଫିଫା ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ ଘଟାଇଛି ମରକ୍କୋ। ରବିବାର ଅଲ ଥୁମାମା ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ଏଫ୍‌’ ମ୍ୟାଚରେ ଏହି ଦଳ ବିଶ୍ୱର ୨ ନମ୍ବର ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି। ମରକ୍କୋ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୨୨ତମ ସ୍ଥାନରେ ରହିଛି। ପୂର୍ବରୁ ଆର୍ଜେଣ୍ଟିନାକୁ ସାଉଦି ଆରବ ଏବଂ ଜର୍ମାନୀକୁ ଜାପାନ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିବାବେଳେ ଏଥିରେ ଯୋଡ଼ି ହୋଇଛି ମରକ୍କୋ। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ପ୍ରଥମାର୍ଦ୍ଧରେ ଗୋଲ ହୋଇ ନ ଥିଲା। ଦ୍ୱିତୀୟାର୍ଦ୍ଧରେ ମଧ୍ୟ ବେଲଜିୟମକୁ ଟକ୍କର ଦେଇଥିଲା ମରକ୍କୋ। ଅଗ୍ରଣୀ ନେବାପାଇଁ ଉଭୟ ଦଳ ଜୋରଦାର ଉଦ୍ୟମ କରିଥିଲେ। ସମସ୍ତ ପୂର୍ବାନୁମାନ ଓ ଆକଳନ ବେଲଜିୟମ ସପକ୍ଷରେ ରହିଥିଲା।

ତେବେ ୭୩ତମ ମିନିଟରେ ଅବ୍‌ଦେଲାମିଦ ସାବିରିଙ୍କ ଗୋଲ ଏହାକୁ ଭୁଲ ପ୍ରମାଣିତ କରିଥିଲା। ଗୋଲ ପରିଶୋଧ କରିବାପାଇଁ ବେଲଜିୟମ ଆକ୍ରମଣାତ୍ମକ ଅଭିମୁଖ୍ୟକୁ ଅଧିକ ଶାଣିତ କରିଥିବାବେଳେ ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ୯୦+୨ ମିନିଟରେ ଜାକାରିଆ ଆବୌଖଲାଲ ଗୋଲ ସ୍କୋର କରି ମରକ୍କୋ ବିଜୟକୁ ନିଶ୍ଚିତ କରି ଦେଇଥିଲେ। ବେଲଜିୟମ ପ୍ରତ୍ୟାବର୍ତ୍ତନ କରିବାକୁ ଆଉ ବେଶି ସମୟ ପାଇ ନ ଥିଲା। ଚଳିତ ବିଶ୍ୱକପରେ ମରକ୍କୋର ଏହା ପ୍ରଥମ ବିଜୟ। କେବଳ ସେତିକି ନୁହେଁ ୧୯୯୮ ବିଶ୍ୱକପ ପରେ ମଧ୍ୟ ଦଳ ଏଠାରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ମରକ୍କୋ ଏହାର ପ୍ରଥମ ମ୍ୟାଚକୁ କ୍ରୋଏସିଆ ବିପକ୍ଷରେ ଗୋଲଶୂନ୍ୟ ଡ୍ର ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri