Posted inଖେଳ

ବିପର୍ଯ୍ୟୟ ସୃଷ୍ଟିକଲା ମରକ୍କୋ

ଦୋହା, ୨୮।୧୧: ଚଳିତ ଫିଫା ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ ଘଟାଇଛି ମରକ୍କୋ। ରବିବାର ଅଲ ଥୁମାମା ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ଏଫ୍‌’ ମ୍ୟାଚରେ ଏହି ଦଳ ବିଶ୍ୱର ୨ ନମ୍ବର ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି। ମରକ୍କୋ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୨୨ତମ ସ୍ଥାନରେ ରହିଛି। ପୂର୍ବରୁ ଆର୍ଜେଣ୍ଟିନାକୁ ସାଉଦି ଆରବ ଏବଂ ଜର୍ମାନୀକୁ ଜାପାନ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିବାବେଳେ ଏଥିରେ ଯୋଡ଼ି ହୋଇଛି ମରକ୍କୋ। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ପ୍ରଥମାର୍ଦ୍ଧରେ ଗୋଲ ହୋଇ ନ ଥିଲା। ଦ୍ୱିତୀୟାର୍ଦ୍ଧରେ ମଧ୍ୟ ବେଲଜିୟମକୁ ଟକ୍କର ଦେଇଥିଲା ମରକ୍କୋ। ଅଗ୍ରଣୀ ନେବାପାଇଁ ଉଭୟ ଦଳ ଜୋରଦାର ଉଦ୍ୟମ କରିଥିଲେ। ସମସ୍ତ ପୂର୍ବାନୁମାନ ଓ ଆକଳନ ବେଲଜିୟମ ସପକ୍ଷରେ ରହିଥିଲା।

ତେବେ ୭୩ତମ ମିନିଟରେ ଅବ୍‌ଦେଲାମିଦ ସାବିରିଙ୍କ ଗୋଲ ଏହାକୁ ଭୁଲ ପ୍ରମାଣିତ କରିଥିଲା। ଗୋଲ ପରିଶୋଧ କରିବାପାଇଁ ବେଲଜିୟମ ଆକ୍ରମଣାତ୍ମକ ଅଭିମୁଖ୍ୟକୁ ଅଧିକ ଶାଣିତ କରିଥିବାବେଳେ ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ୯୦+୨ ମିନିଟରେ ଜାକାରିଆ ଆବୌଖଲାଲ ଗୋଲ ସ୍କୋର କରି ମରକ୍କୋ ବିଜୟକୁ ନିଶ୍ଚିତ କରି ଦେଇଥିଲେ। ବେଲଜିୟମ ପ୍ରତ୍ୟାବର୍ତ୍ତନ କରିବାକୁ ଆଉ ବେଶି ସମୟ ପାଇ ନ ଥିଲା। ଚଳିତ ବିଶ୍ୱକପରେ ମରକ୍କୋର ଏହା ପ୍ରଥମ ବିଜୟ। କେବଳ ସେତିକି ନୁହେଁ ୧୯୯୮ ବିଶ୍ୱକପ ପରେ ମଧ୍ୟ ଦଳ ଏଠାରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ମରକ୍କୋ ଏହାର ପ୍ରଥମ ମ୍ୟାଚକୁ କ୍ରୋଏସିଆ ବିପକ୍ଷରେ ଗୋଲଶୂନ୍ୟ ଡ୍ର ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri