ମୋଦିଙ୍କୁ ଧନ୍ୟବାଦ ଦେଲେ ନୋରା

ମୁମ୍ବାଇ: ମରକ୍କୋରେ ଶୁକ୍ରବାର ହୋଇଥିବା ଭୂକମ୍ପରେ ବହୁ କ୍ଷୟକ୍ଷତି ହୋଇଛି। ହଜାର ହଜାର ଲୋକଙ୍କ ଜୀବନ ହାନୀ ହୋଇଥିବା ବେଳେ ହଜାର ହଜାର ଲୋକେ ଆହତ ହୋଇଛନ୍ତି। କିଏ ନିଜ ପରିବାରକୁ ହରାଇଛି ତ ପୁଣି କିଏ ନିଜ ପ୍ରିୟଜନଙ୍କୁ। ନିଜ ଦେଶର ଏଭଳି ଅବସ୍ଥା ଦେଖି ଦୁଃଖ ପ୍ରକାଶ କରିଛନ୍ତି ବଲିଉଡ କୁଇନ ନୋରା ଫତେହି। ନିଜ ଦେଶର ଏଭଳି ପରିସ୍ଥିତିରେ ସାହାଯ୍ୟ କରିବାକୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗୁହାରି କରିଥିଲେ। ଆଉ ଏହାପରେ ତୁରନ୍ତ ମୋଦି ମରକ୍କୋବାସୀଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଦିଆଯାଇଥିବା ତୁରନ୍ତ ସାହାଯ୍ୟରେ ନୋରା ଫତେହି ଅତ୍ୟଧିକ ଆନନ୍ଦିତ ହୋଇଛନ୍ତି। ଯେଉଁଥିପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନୋରା ଫତେହି ତାଙ୍କ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି ଯେଉଁଥିରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ଏବଂ ଲେଖିଛନ୍ତି – ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏହି ମହାନ ସହଯୋଗ ପାଇଁ ଧନ୍ୟବାଦ। ତୁମେ ସେହି ଦେଶମାନଙ୍କ ମଧ୍ୟରୁ ଅନ୍ୟତମ, ଯିଏ ପ୍ରଥମେ ସାହାଯ୍ୟର ହାତ ବଢାଇଲା। ମୋରୋକୋ ଲୋକମାନେ ଆପଣଙ୍କ ନିକଟରେ କୃତଜ୍ଞ। ଜୟ ହିନ୍ଦ।
ଏହାପୂର୍ବରୁ, ମରକ୍କୋରେ ଘଟିଥିବା ଭୟଙ୍କର କ୍ଷୟକ୍ଷତି ଦେଖିବା ପରେ ନୋରା ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ – ମରକ୍କୋରେ ଆଜି କ’ଣ ଘଟିଛି, କେତେ ସହର ଏହା ଦ୍ୱାରା ପ୍ରଭାବିତ ହୋଇଛି ତାହା ଖବର ହୃଦୟ ବିଦାରକ ଥିଲା। ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ମୋ ମନରେ ଏକ ଭୟ ଅଛି, ମୁଁ ଚିନ୍ତିତ। ମୁଁ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି ଯେ ସବୁ ଠିକ ଅଛି। ମୁଁ ଭଗବାନଙ୍କୁ ଧନ୍ୟବାଦ ଦେଉଛି ଯେ ଆମର ସମସ୍ତ ଲୋକ ଭଲ ଅଛନ୍ତି। ଏହି ପ୍ରାକୃତିକ ଘଟଣାରେ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆଲାହିଫାଦ କୋମ ୟା ରବ।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୮ରେ ଆଫ୍ରିକୀୟ ମହାଦେଶର ଉତ୍ତରରେ ଅବସ୍ଥିତ ମରକ୍କୋରେ ୬.୮ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୨ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ହଜାର ହଜାର ଲୋକ ଆହତ ହୋଇଛନ୍ତି। ସେଠାରେ ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri