Posted inଜାତୀୟ

କରୋନା ଯୋଗୁ ମିଳିଲାନି ଗନ୍‌ କ୍ୟାରେଜ, ଭ୍ୟାନରେ ଗଲା ପୂର୍ବତନ ରାଷ୍ଟ୍ରପତିଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୧।୯: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କିଛିଦିନର ଅସୁସ୍ଥତା ପରେ ସୋମବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବ୍ରେନ୍‌ ସର୍ଜରୀ ସହ କରୋନାରେ ଆକ୍ରାନ୍ତ ଥିବା ମୁଖାର୍ଜୀଙ୍କର ୮୪ ବର୍ଷ ବୟସରେ ପରଲୋକ ହୋଇଛି। ମଙ୍ଗଳବାର ଦିଲ୍ଲୀର ଲୋଧିରୋଡ ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଏଥିରେ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ସମସ୍ତ କାର୍ଯ୍ୟ ନିର୍ବାହ କରିଛନ୍ତି। ତେବେ ରାଷ୍ଟ୍ରପତି ପଦ ସହ ଭାରତ ରତ୍ନ ଉପାଧିରେ ସମ୍ମାନୀତ ହୋଇଥିବା ମୁଖାର୍ଜୀଙ୍କୁ ନିୟମ ଅନୁଯାୟୀ ସ୍ବତନ୍ତ୍ର ସମ୍ମାନ ସହ ଗନ୍‌ କ୍ୟାରେଜରେ ନିଆଯିବା କଥା। ହେଲେ କରୋନା ଯୋଗୁ ତାଙ୍କୁ ଭ୍ୟାନରେ ନିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଓ ପ୍ରତିରକ୍ଷାମନ୍ତ୍ରୀଙ୍କ ପାର୍ଥିବ ଶରୀରକୁ ଗନ୍‌ କ୍ୟାରେଜରେ ନିଆଯାଇଥାଏ। ଯାହା ଅରୁଣ ଜେଟଲୀଙ୍କ ସମୟରେ ଦେଖିବାକୁ ମିଳିଥିଲା। କାରଣ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜେଟଲୀ ପ୍ରତିରକ୍ଷା ବିଭାଗ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri