ମୃତ୍ୟୁ ହାର କମୁଛି, ବଢୁଛି ସୁସ୍ଥ ହେବା ସଂଖ୍ୟା: ୫ ରାଜ୍ୟରେ ସ୍ଥିତିରେ ଆସୁନି ସୁଧାର

ନୂଆଦିଲ୍ଲୀ, ୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହାର କମୁଥିବା ବେଳେ ସୁସ୍ଥ ହେବାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତ୍ୟୁ ହାର କମି ୧.୬୯ ପ୍ରତିଶତ ହୋଇଥିବାବେଳେ ସୁସ୍ଥ ହେବା ହାର ୭୮ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ହଜାର ୭୦୬ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧,୧୧୫ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ୭୦ ହଜାର ୧୨୯ରେ ପହଞ୍ଚିଛି ମୃତକଙ୍କ ସଂଖ୍ୟା ୭୩ହଜାର ୭୯୦ରେ ଛୁଇଁଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୩ ଲକ୍ଷ ୯୮ ହଜାର ୮୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଲକ୍ଷ ୯୭ ହଜାର ୩୯୪ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୮ ସୁଦ୍ଧା ଦେଶରେ ୫ କୋଟି ୧୮ଲକ୍ଷ ୪ ହଜାର ୬୭୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ମଙ୍ଗଳବାର ୧୧ ଲକ୍ଷ ୫୪ ହଜାର ୫୪୯ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ନାଟକ, ଉତ୍ତରପ୍ରଦେଶ ଏବଂ ତାମିଲନାଡୁ ଆଦି ୫ ରାଜ୍ୟରେ ସ୍ଥିତିରେ ସୁଧାର ଆସୁନି। ଏସବୁ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କର ୭୦ ପ୍ରତିଶତ ଲୋକ ରହିଛନ୍ତିି। ମହାରାଷ୍ଟ୍ରରେ ୨୭ ପ୍ରତିଶତ ଆକ୍ରାନ୍ତ ଥିବାବେଳେ ଆନ୍ଧ୍ରପ୍ରଦେଶରେ ୧୧ ପ୍ରତିଶତ ରହିଛନ୍ତି। ସେହିପରି କର୍ନାଟକରେ ୧୦.୯୮ ପ୍ରତିଶତ, ଉତ୍ତରପ୍ରଦେଶରେ ୭ ଏବଂ ତାମିଲନାଡୁରେ ୬ ପ୍ରତିଶତ କରୋନା ଆକ୍ରାନ୍ତ ରହିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri