ରାତିରେ ଚାଲିଛି ମୋରମ ଲୁଟ୍‌

ରୂପସା, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତ ଅଧୀନ କେନ୍ଦୁଡ଼ାଙ୍ଗିରି ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ରାଜସ୍ବ ବିଭାଗ, ପୋଲିସ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ ଏଠି ଦିନ ରାତି ନିୟମିତ ମୋରମ୍‌ ଲୁଟ୍‌ ହେଉଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବସ୍ତା ତହସିଲଦାର, ରୂପସା ଥାନା ଆଇଆଇସି ଓ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଯୋଜନାରେ ୨୦୨୧-୨୨ବର୍ଷରେ ୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କେନ୍ଦୁଡ଼ାଙ୍ଗିରି ଗାଁ ଫାଦର ଟ୍ୟାଙ୍କ ରିନୋଭେସନ ପ୍ରକଳ୍ପ ବିଭାଗ ତରଫରୁ ମଞ୍ଜୁର ହୋଇଥିଲା। ତଦନୁଯାୟୀ ପଞ୍ଚାୟତ କର୍ତ୍ତୃପକ୍ଷ, ବିଭାଗୀୟ ଜେଇ ଓ ଜିଆର୍‌ଏସ୍‌ କାର୍ଯ୍ୟାରମ୍ଭ କରିଥିଲେ। ନାମକୁ ମାତ୍ର ଜବକାର୍ଡ଼ଧାରୀଙ୍କୁ କାମରେ ଲଗାଇ ମୋରମ୍‌ ମାଫିଆଙ୍କଠାରୁ ମୋଟାଅଙ୍କର ବଟି ନେଇ ଏଠାରୁ ମୋରମ୍‌ ଲୁଟ୍‌ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଉକ୍ତ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ଦେଖିବାକୁ ମିଳିଛି। ନିୟମିତ ରାତିରେ ଜେସିବି ଦ୍ୱାରା ମୋରମ୍‌ ଖୋଳାଯାଇ ୧୦/୧୨ଟି ଡମ୍ପର ଯୋଗେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାକୁ ଲକ୍ଷ ଲକ୍ଷ ଟଙ୍କାର ମୋରମ ଚାଲାଣ ହେଉଛି। ହେଲେ ପୋଲିସ, ରାଜସ୍ବ ବିଭାଗ ଓ ପଞ୍ଚାୟତ କର୍ତ୍ତୃପକ୍ଷ ଚୁପ୍‌ ବସିଥିବା ଆଇନ ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଜୋରଦାର ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri