Posted inଜାତୀୟ

ଅମିତ ଶାହାଙ୍କୁ ଭେଟିଲେ ଅଜୟ: ପଦ ଯିବା ଆଶଙ୍କା

ନୂଆଦିଲ୍ଲୀ,୬।୧୦: କେନ୍ଦ୍ର ସରକାରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ଅଜୟ ମିଶ୍ରା ବୁଧବାର ଅପରାହ୍ନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନିକଟରେ ପହଞ୍ଚିଛନ୍ତି। କୁହାଯାଉଛି ଯେ, ଉତ୍ତରପ୍ରଦେଶର ଲଖିମ୍‌ପୁର ଖେରିରେ ଘଟିଥିବା ଘଟଣା ସମ୍ପର୍କରେ ଶାହା ଅଜୟଙ୍କୁ ଡକାଇଛନ୍ତି। ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ର ନାଁରେ ଅଭିଯୋଗ ହୋଇଛି ଯେ ଆନ୍ଦୋଳନରତ ଚାଷୀଙ୍କ ଉପରେ କାର୍‌ ଚଢାଇଦେଇଥିଲେ। ଏହି ଘଟଣାରେ ଭାଜପା ମନ୍ତ୍ରୀଙ୍କ ପରିବାରର ନାମ ପଦାକୁ ଆସିବା ପରେ ହାଇକମାଣ୍ଡ ତାଙ୍କ ଉପରେ ଅସନ୍ତୁଷ୍ଟ କୁହାଯାଉଛି।
ସୂଚନାଯୋଗ୍ୟ, ଲଖିମ୍‌ପୁର ଖେରିରେ ରବିବାର ଚାଷୀମାନେ ବିକ୍ଷୋଭ କରୁଥିବାବେଳେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡି ସମେତ ୩ଟି ଏସୟୁଭି ଚାଷୀଙ୍କ ଉପରେ ମାଡିଯିବା ଏବଂ ତତ୍‌ପରବର୍ତ୍ତୀ ହିଂସାକାଣ୍ଡରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ଆଶିଷଙ୍କ ସମେତ ଅନେକ ଲୋକଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତେବେ ଅଜୟ ମିଶ୍ର କୃଷକ ସଂଗଠନର ଦାବିକୁ ବିରୋଧ କରି କହିଛନ୍ତି ଯେ ତାଙ୍କ ପୁଅ ଘଟଣାସ୍ଥଳରେ ଉପସ୍ଥିତ ନ ଥିଲେ। ସେ ଏହା ମଧ୍ୟ କହିଛନ୍ତି ଯେ ତାଙ୍କ ପାଖରେ ପ୍ରମାଣ ଅଛି ଯେ ଆଶିଷ ସେହି ସମୟରେ ଏକ ଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri