ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରାଙ୍କ ନେତୃତ୍ୱରେ ଏକ ଟିମ୍‌ ସାଇଡିଂ ପରିଦର୍ଶନରେ ଯାଇ କାଗଜପତ୍ର ଯାଞ୍ଚ କରିବା ସହ ନିରୀକ୍ଷଣ କରିଥିଲେ। ଏଥିରେ ଆବଶ୍ୟକ ଅନୁମତି ନ ଥିବା ଅଧିକାରୀମାନେ ଜାଣିବାକୁ ପାଇଛନ୍ତି ବୋଲି ସୂଚନା ମିଳିଛି।
ମେସ୍କୋ ରେଲୱେ ସାଇଡିଂ ବେଆଇନ ଭାବେ ଚାଲିବା ନେଇ ଧରିତ୍ରୀରେ ଗତ ୧୨ ତାରିଖରେ ଖବର ପ୍ରକାଶ ପାଇଥିଲା। ଏନେଇ କଳିଙ୍ଗନଗର ଶ୍ରମିକ ସଂଘ ପକ୍ଷରୁ ଏସ୍‌ପିସିବି ଅଧ୍ୟକ୍ଷ ଓ ସଦସ୍ୟ ସଚିବଙ୍କୁ ଅଭିଯୋଗ କରାଯାଇଥିଲା। ରେଲୱେ ସାଇଡିଂ ଅତି ପ୍ରଦୂଷଣକାରୀ ୟୁନିଟ। ଏହାକୁ ଲାଲ ବର୍ଗ (ରେଡ କ୍ୟାଟେଗୋରୀ) ୟୁନିଟ୍‌ ଭାବେ ଧରାଯାଏ। ତେଣୁ ଏସ୍‌ପିସିବିଠାରୁ ଏହି ୟୁନିଟ୍‌ ସ୍ଥାପନ ଓ ପରିଚାଳନା ଅନୁମତି ନିହାତି ଆବଶ୍ୟକ। କିନ୍ତୁ ବିନା ଅନୁମତିରେ ରେଲୱେ ସାଇଡିଂ ଚଳାଇଥିବାବେଳେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ସାଇଡିଂରେ ବିଷାକ୍ତ କ୍ଲିଙ୍କର, ଜିପ୍‌ସମ ଆଦି ପରିବହନ ହେଉଛି। କଳିଙ୍ଗନଗରର କେତେକ ସିମେଣ୍ଟ କାରଖାନା ନିଜର ସ୍ବାର୍ଥକୁ ଆଗରେ ରଖି ପ୍ରଭାବିତ ଲୋକଙ୍କ ସମସ୍ୟାକୁ ଦୂରେଇ ଦେଇ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ମତ ପ୍ରକାଶ ପାଇଛି। ତେଣୁ ଏଥିରେ ସଂପୃକ୍ତ କାରଖାନା କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି। ସାଇଡିଂର ୧ କିମି ବ୍ୟାସାର୍ଦ୍ଧରେ ବସବାସ କରୁଥିବା ଖୁରୁଣ୍ଟି, ମାନପୁର ଓ ନୀଳବସ୍ତି ବାସିନ୍ଦା ବାୟୁ ପ୍ରଦୂଷଣରେ ପ୍ରଭାବିତ ହେଉଛନ୍ତି। ଏ ସଂକ୍ରାନ୍ତରେ ଏସ୍‌ପିସିବିର ଆଞ୍ଚଳିକ ଅଧିକାରୀ ବେହେରା କହିଛନ୍ତି, ସାଇଡିଂର ତଦନ୍ତ କରାଯାଇ କାଗଜପତ୍ର ଜବତ କରାଯାଇଛି। ଅଧିକ ଜାଣିବା ପାଇଁ ଆହୁରି କାଗଜପତ୍ର ମଗାଯାଇଛି। ରିପୋର୍ଟ ପ୍ରସ୍ତୁତ କରି ସଦସ୍ୟ ସଚିବଙ୍କୁ ଦିଆଯିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri