ମସ୍‌ଜିଦରେ ନାଚିବାରୁ ଅଭିନେତ୍ରୀଙ୍କୁ ମିଳିଲା ହତ୍ୟା ଧମକ

ଲାହୋର,୧୦।୮: ବଲିଉଡ୍‌ ମୁଭି ‘ହିନ୍ଦି ମିଡିୟମ’ରେ ନଜର ଆସିଥିବା ଅଭିନେତ୍ରୀ ସବା କମରଙ୍କୁ ମିଳିଛି ହତ୍ୟା ଧମକ। ସୂଚନାଯୋଗ୍ୟ, ପାକିସ୍ତାନର ଲାହୋରରେ ଥିବା ଐତିହାସିକ ଓ୍ବାଜିର ଖାନ ମସଜିଦରେ ପାକିସ୍ତାନୀ ଅଭିନେତ୍ରୀ ସବା କମରଙ୍କୁ ମ୍ୟୁଜିକ ଭିଡିଓ ଶୁଟିଂ ପାଇଁ ଅନୁମତି ମିଳିଥିଲା। ସେଠାରେ ସେ ଶୁଟିଂ କରିବା ପରେ ଏବେ ସବାଙ୍କୁ ଏହି ଅନୁମତି ପ୍ରଦାନ କରିଥିବା ୨ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଏହାସହ ମସଜିଦର ପବିତ୍ରତା ନଷ୍ଟ କରିଥିବା ଅଭିଯୋଗରେ ସବା କମର ଓ ଗାୟକ ବିଲାଲ ସଇଦଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦିଆଯାଇଛି। ଏହାକୁ ନେଇ ଅଭିନେତ୍ରୀ ସବା କମରଙ୍କୁ ସୋସିଆଲ ମିଡିଆରେ ହତ୍ୟା ଧମକ ଦିଆଯାଇଛି ବୋଲି ଜଣାପଡିଛି। ମନ୍ତ୍ରୀ ସଇଦ ହସନ ଶାହ କହିଛନ୍ତି ଯେଉଁମାନେ ମସଜିଦର ପବିତ୍ରତାକୁ ଭଙ୍ଗ କରିଛନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କାରଣ ମସଜିଦର ପବିତ୍ରତା ଭଙ୍ଗ କରିବାର ଅଧିକାର କାହାର ନାହିଁ। ସେଥିପାଇଁ ଶୁଟିଂ ଲାଗି ଯେଉଁମାନେ ଅନୁମତି ଦେଇଥିଲେ ତାଙ୍କୁ ପ୍ରଥମେ ନିଲମ୍ବିତ କରାଯାଇଛି। ଘଟଣାର ଯାଞ୍ଚ ଜାରି ରହିଛି। ତେବେ ସବା କମରଙ୍କୁ ସୋସିଆଲ ମିଡିଆରେ ହତ୍ୟା ଧମକ ମିଳିବା ପରେ ସେ କ୍ଷମା ମାଗି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri