ଖୋଲିବାକୁ ଯାଉଛି ଇତିହାସର ସବୁଠୁ ବଡ଼ ଦୁର୍ନୀତି

ପାନାମା ସିଟି, ୩।୧୦: ପାନାମା ପେପର୍ସ ଭଳି ଆଉ ଏକ ବିଶ୍ୱସ୍ତରୀୟ ବଡ଼ ଦୁର୍ନୀତିର ରହସ୍ୟ ଉନ୍ମୋଚନ ହେବାକୁ ଯାଉଛି। ପାନାମା ପେପର୍ସ ସ୍କାଣ୍ଡାଲ ୨.୦ କୁହାଯାଉଥିବା ପାଣ୍ଡୋରା ପେପର୍ସକୁ ଇଣ୍ଟରନ୍ୟାଶନାଲ କନ୍‌ସୋର୍ଟିୟମ ଅଫ୍‌ ଇନ୍‌ଭେଷ୍ଟିଗେଟିଭ୍‌ ଜର୍ନାଲିଷ୍ଟସ୍‌ (ଆଇସିଆଇଜେ) ପ୍ରକାଶ କରିବାକୁ ଯାଉଛି। ଏଥିରେ ୧୧.୯ ନିୟୁତ ଦସ୍ତାବିଜ୍‌ ରହିଛି। ୨୦୧୬ରେ ପାନାମା ପେପର୍ସ ଲିକ୍‌ ହୋଇଥିଲା, ଯେଉଁଥିରେ ଅନେକ ବିଶ୍ୱ ନେତା ଓ ବିଶିଷ୍ଟ ବ୍ୟକ୍ତିଙ୍କ ସମ୍ପୃକ୍ତିକୁ ନେଇ ହଇଚଇ ସୃଷ୍ଟି ହୋଇଥିଲା। ପାଣ୍ଡୋରା ପେପର୍ସରେ ତାହାଠାରୁ ଖୁବ୍‌ ବଡ଼ ଆର୍ଥିକ ଅନିୟମିତତା ପ୍ରକାଶ ପାଇବାକୁ ଯାଉଛି। ଏହି ତଦନ୍ତରେ ୧୧୭ ଦେଶର ୬୦୦ ଖବରଦାତା ଏବଂ ୧୫୦ ଗଣମାଧ୍ୟମ ସଂସ୍ଥା ଜଡ଼ିତ ଅଛନ୍ତି। ୧୧୭ଟି ଦେଶର ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କ ଆର୍ଥତ୍କ କାରବାରର ବିବରଣୀ ଏଥିରେ ରହିଛି। ପାନାମା ପେପର୍ସ ଲିକ୍‌ ଯୋଗୁ କଳାଧନ ଲୁଚାଇ ରଖାଯାଉଥିବା ସଂସ୍ଥାଗୁଡ଼ିକର ପ୍ରତିଷ୍ଠା ଗୁରୁତର କ୍ଷତିଗ୍ରସ୍ତ ହୋଇଥିଲା। ଏବେ ପୁଣିଥରେ ଆର୍ଥତ୍କ ଗୋପନୀୟତା ପଦାରେ ପଡ଼ିବାକୁ ଯାଉଥିବା ପାନାମା ସରକାର ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri