ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୃବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ବ୍ଳକ ପ୍ରତିନିଧି ପବିତ୍ର ନିଏକ, ଜିଲା ପରିଷଦ ଟୁନି ଖୋସଲା, ବ୍ଳକ ଅଧ୍ୟକ୍ଷ ଦୟାନିଧି ମାଝୀ, ତହସିଲଦାର ସନାତନ ମହାରଣା, ଏଏଇ ସାଲକୋ ହେମ୍ବ୍ରମ, ଏପିଓ ଭକ୍ତ ସେଠୀ, ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଜିବିଡିଓ ବାଲେଶର ନାଏକ ବୈଠକକୁ ପରିଚାଳନା କରିଥିଲେ।

ବୈଠକରେ ଶିକ୍ଷା ବିଭାଗ ସମ୍ବନ୍ଧରେ, ମହିଳା ଓ ଶିଶୁ ବିକାଶ ଯୋଜନା ସମ୍ବନ୍ଧରେ, ଗ୍ରାମ୍ୟ ପରିମଳ ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ବନ୍ଦୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ବନ୍ଦୀୟ, ବିଦ୍ୟୁତ ବିଭାଗ, କୃଷି ବିଭାଗ ବନ ବିଭାଗ, ମଧ୍ୟ ସମ୍ପଦ, ପ୍ରାଣୀ ପାଳନ ଏବଂ ପ୍ରାଣୀ ଚିକିତ୍ସା ସମ୍ବନ୍ଧୀୟ, ସାମାଜିକ ସୁରକ୍ଷା ସମ୍ବନ୍ଧୀୟ, ଗୃହ ନିର୍ମାଣ, ଗ୍ରାମୀଣ ଉନ୍ନୟନ ବିଭାଗ, ରାଜସ୍ବ ବିଭାଗ, ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସମ୍ବନ୍ଧୀୟ, ଯୋଗାଣ ବିଭାଗ ସମ୍ବନ୍ଧୀୟ, ଉନ୍ନୟନ ମୂଳକ କାର୍ଯ୍ୟ ସମ୍ବନ୍ଧୀୟ ଭଳି ଅନ୍ୟାନ୍ୟ କାର୍ଯ୍ୟ ଉପରେ ବୈଠକରେ ଆଲୋଚନା କରିଥିଲେ। ଏହା ସହିତ ଉନ୍ନୟନ ମୁଳକ କାର୍ଯ୍ୟ ଗୁଡିକର ବିଷୟରେ ମଧ୍ୟ ପଠନ କରିଥିଲେ। ତେବେ ବୈଠକରେ ସମସ୍ତ ଲାଇନ ଡିପାଟମେଣ୍ଟର ଅଧିକାରୀ ଓ କର୍ମଚାରୀ ସମେତ ସମସ୍ତ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ଉପସ୍ଥିତ ରହି ସମସ୍ତ ବିଭାଗର ଅଧିକାରୀଙ୍କ ଉପରେ ବର୍ଷିଥିଲେ।

ଜନ ପ୍ରତିନିଧିଙ୍କ କହିବା ଅନୁସାରେ, ବିଭିନ୍ନ ବିଭାଗରେ ସରକାରଙ୍କ କାର୍ଯ୍ୟ ସବୁ ସଠିକ ଭାବରେ ହେଉ ନ ଥିବା ସହ ଅନେକ ସମୟ ସାଧାରଣ ଲୋକେ ହନ୍ତସନ୍ତ ହେଉଥିବା ସହ ବିବେଶ କରି ସ୍ବାସ୍ଥ୍ୟ କେନ୍ଦ୍ରରେ ହେଉଥିବା ଅବହେଳା, ଶିକ୍ଷକମାନଙ୍କ କାର୍ଯ୍ୟରେ ଅବହେଳା, ପାଣି ସମସ୍ୟା, ସମେତ ସିଙ୍ଗାରି ଘାଟି ରାସ୍ତାର ନିର୍ମାଣ, ବିଭିନ୍ନ ଅଞ୍ଚଳରେ ନେଟୱର୍କ ସ୍ଥାପନ ଏବଂ ବ୍ଲକ ମୁଖ୍ୟାଳୟରେ କୌଣସି ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା ନ ଥିବା ଉପରେ ଗର୍ଜନ କରିଥିଲେ। ସମସ୍ତ ସରପଞ୍ଚ ଏବଂ ସମିତି ସେମାନଙ୍କ କହିବା ଅନୁଯାୟୀ, ଏହି ସମସ୍ୟା ଯୋଦି ଆଗାମୀ ବୈଠକ ସୁଦ୍ଧା ପୂରୁଣା ନ ହୁଏ ତେବେ ଆମେ ପୂର୍ବ ବୈଠକ କରିଦେବୁ ନାହିଁ ବୋଲି ହୋହଲ୍ଲା କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri