‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଖୋର୍ଦ୍ଧା,୩।୧: ଦୀର୍ଘ ଦିନର ବ୍ୟବଧାନ ପରେ ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ତଥା ପୂର୍ବତ୍ତନ ବିଜେଡି ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ। ବୁଧବାର ଖୋର୍ଦ୍ଧା ଜାନକୀ ଜୟନ୍ତୀ ଅବସରରେ ସାମ୍ବାଦିକ ମାନଙ୍କ ପ୍ରଶ୍ନରେ ଏହି ବଡ ବୟାନ ଦେଇଛନ୍ତି ସୌମ୍ୟ। ସେ କହିଛନ୍ତି ‘ -‘ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ’, ଏବେ ‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’। ମୋର କେବଳ ଓଡିଶାକୁ ଭଲ ପାଇବାର ସାହସ ଅଛି, ତାକୁ ନେଇ ମୁ ଆଗକୁ ବଢ଼ିବି।

ତେବେ ନିଜ ଖବର କାଗଜ ସଂସ୍ଥାର ସଂପାଦକ ପଦ କାହିଁକି ଛାଡ଼ିଲେ ପ୍ରଶ୍ନରେ ସୌମ୍ୟ କହିଥିଲେ, ‘ଯେଉଁ ସାମ୍ବାଦିକଙ୍କୁ ଗଢ଼ିଥିଲି, ତାଙ୍କ ଗୁଣ ଦେଖି ଛାଡ଼ିଲି, ମିଛ କଥା ନେଇ ଏତଲା କରିବେ, ତାକୁ କିଏ ବରଦାସ୍ତ କରିବ।’

ଏହା ସହିତ ସେ କହିଛନ୍ତି, ବିକାଶ ନାଁରେ ରାସ୍ତାଘାଟ, କୋଠାବାଡ଼ି କରିଦେଲେ ବିକାଶ ହୁଏ ନାହିଁ। ବାହ୍ୟ ବିକାଶ ତୁଳନାରେ ଓଡ଼ିଆଙ୍କ ଅସ୍ମିତା ବିକାଶର ଅଭାବ ରହିଛି । ଓଡ଼ିଆ ଯୁବକ ଏବେ ଟିକେ ଟିକେ କଥାରେ ନେତାଙ୍କ ପଦଲେହନ କରିବାକୁ ସଂକୋଚ କରୁନାହାନ୍ତି।’

ସେହିପରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ କହିଥିଲେ ‘୨୦୧୫ରୁ ଜଗନ୍ନାଥ ମନ୍ଦିର ଯାଇନାହାନ୍ତି, ବ୍ରହ୍ମବିଭ୍ରାଟ ପରେ ଜଗନ୍ନାଥ ଅସଲି କି ନକଲି ସାମ୍ବାଦିକ ସନ୍ଦେହ ସୃଷ୍ଟି କରିଥିଲେ। ଯଦି ଜଗନ୍ନାଥ ଅସଲି କି ନକଲି ଜାଣିନୁ, ଯେଉଁଠୁ ଡାକିଲେ ବି ଶୁଣିବେ। ଭକ୍ତ ସାଲବେଗ, ଦାସିଆବାଉରୀ ଭଳି ଯେଉଁଠି ଡାକିଲେ ବି ଶୁଣିବେ।’


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?