ମୋଷ୍ଟ୍‌ ଓ୍ବାଣ୍ଟେଡ କାଳିଆ ଗଲେ ଜେଲ୍‌

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ବ୍ରହ୍ମପୁର ପୋଲିସର ମୋଷ୍ଟ୍‌ ଓ୍ବାଣ୍ଟେଡ ଠେସା କାଳିଆ ଓରଫ କେଶବ ଚନ୍ଦ୍ର କୁଣ୍ଡଙ୍କୁ କେ. ନୂଆଗାଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଜର ଥାନା ଖାରିଆଗୁଡ଼ା ଗାଁର କେଶବଙ୍କ ନାଁରେ ଦିଗପହଣ୍ଡି,କେ. ନୂଆଗାଁ, ଗୋଳନ୍ଥରା, ଜରଡ଼ା, ବ୍ରହ୍ମପୁର ସଦର ଥାନାରେ ଏକାଧିକ ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି, ରାହାଜାନି,ଦାଦାବଟି ଆଦାୟ ଆଦି ସଙ୍ଗିନ ମାମଲା ରହିଥିବା କେ . ନୂଆଗାଁ ଥାନା ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି। ଅଗଷ୍ଟ ୧୬ ତାରିଖ ରାତିରେ ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ କେଶବ ଓ ତାଙ୍କ କିିଛି ସହଯୋଗୀ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଟଙ୍କା ଓ ମୋବାଇଲ ଛଡ଼ାଇ ନେଇଥିବା ଅଭିଯୋଗ ହୋଇଥିଲା। ଏନେଇ କେସ୍‌ ନଂ.୧୭୫/୨ରେ ମକଦ୍ଦମା ରୁଜୁ କରାଯାଇଥିଲା। ସେହିପରି ଘଟଣା ପୂର୍ବରୁ ଅଗଷ୍ଟ ୨ ତାରିଖ ରାତିରେ ନୂଆପଡ଼ା ଗ୍ରାମ ବାହୁଦା ନଦୀ ପଠା ରେ ସ୍ଥାନୀୟ ଲୋକଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି କେଶବ ଓ ତାଙ୍କ ସହଯୋଗୀମାନେ ଆନ୍ଧ୍ରକୁ ବାଲି ଚୋରା ଚାଲାଣ କରୁଥିବା ବେଳେ ୧୪ ଜଣ ପୋଲିସ ହାବୁଡ଼ରେ ପଡ଼ିଥିଲେ। ମାଷ୍ଟର ମାଇଣ୍ଡ କେଶବ ସେଠାରୁ କୌଶଳକ୍ରମେ ଫେରାର ହୋଇଯାଇଥିଲେ। ଏନେଇ ପୋଲିସ ପକ୍ଷରୁ କେ. ନୂଆଗାଁ ଥାନା ( ମାମଲା ନଂ. ୧୬୯/ ୨୦ ) ରେ ମକଦ୍ଦମା ରୁଜୁ କରାଯାଇଥିଲା। କୋର୍ଟ ଚାଲାଣ ପରେ ଜାମିନ ଆବେଦନ ଖାରଜ ହୋଇଯିବାରୁ ଉଭୟ ମାମଲାରେ ଅଭିଯୁକ୍ତ କେଶବଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri