ମୋଷ୍ଟ୍‌ ଓ୍ବାଣ୍ଟେଡ କାଳିଆ ଗଲେ ଜେଲ୍‌

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ବ୍ରହ୍ମପୁର ପୋଲିସର ମୋଷ୍ଟ୍‌ ଓ୍ବାଣ୍ଟେଡ ଠେସା କାଳିଆ ଓରଫ କେଶବ ଚନ୍ଦ୍ର କୁଣ୍ଡଙ୍କୁ କେ. ନୂଆଗାଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଜର ଥାନା ଖାରିଆଗୁଡ଼ା ଗାଁର କେଶବଙ୍କ ନାଁରେ ଦିଗପହଣ୍ଡି,କେ. ନୂଆଗାଁ, ଗୋଳନ୍ଥରା, ଜରଡ଼ା, ବ୍ରହ୍ମପୁର ସଦର ଥାନାରେ ଏକାଧିକ ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି, ରାହାଜାନି,ଦାଦାବଟି ଆଦାୟ ଆଦି ସଙ୍ଗିନ ମାମଲା ରହିଥିବା କେ . ନୂଆଗାଁ ଥାନା ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି। ଅଗଷ୍ଟ ୧୬ ତାରିଖ ରାତିରେ ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ କେଶବ ଓ ତାଙ୍କ କିିଛି ସହଯୋଗୀ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଟଙ୍କା ଓ ମୋବାଇଲ ଛଡ଼ାଇ ନେଇଥିବା ଅଭିଯୋଗ ହୋଇଥିଲା। ଏନେଇ କେସ୍‌ ନଂ.୧୭୫/୨ରେ ମକଦ୍ଦମା ରୁଜୁ କରାଯାଇଥିଲା। ସେହିପରି ଘଟଣା ପୂର୍ବରୁ ଅଗଷ୍ଟ ୨ ତାରିଖ ରାତିରେ ନୂଆପଡ଼ା ଗ୍ରାମ ବାହୁଦା ନଦୀ ପଠା ରେ ସ୍ଥାନୀୟ ଲୋକଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି କେଶବ ଓ ତାଙ୍କ ସହଯୋଗୀମାନେ ଆନ୍ଧ୍ରକୁ ବାଲି ଚୋରା ଚାଲାଣ କରୁଥିବା ବେଳେ ୧୪ ଜଣ ପୋଲିସ ହାବୁଡ଼ରେ ପଡ଼ିଥିଲେ। ମାଷ୍ଟର ମାଇଣ୍ଡ କେଶବ ସେଠାରୁ କୌଶଳକ୍ରମେ ଫେରାର ହୋଇଯାଇଥିଲେ। ଏନେଇ ପୋଲିସ ପକ୍ଷରୁ କେ. ନୂଆଗାଁ ଥାନା ( ମାମଲା ନଂ. ୧୬୯/ ୨୦ ) ରେ ମକଦ୍ଦମା ରୁଜୁ କରାଯାଇଥିଲା। କୋର୍ଟ ଚାଲାଣ ପରେ ଜାମିନ ଆବେଦନ ଖାରଜ ହୋଇଯିବାରୁ ଉଭୟ ମାମଲାରେ ଅଭିଯୁକ୍ତ କେଶବଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri