୨୩ବର୍ଷ ଧରି ପାକିସ୍ତାନରେ ଲୁଚି ରହିଛନ୍ତି ମୋଷ୍ଟ ଓ୍ବାଣ୍ଟେଡ୍‌ ଅଣ୍ଡରଓ୍ବାର୍ଲ୍‌ଡ ଡନ୍‌

ଇସ୍‌ଲାମାବାଦ,୨୪।୮: ପ୍ରଥମ ଥର ପାକିସ୍ତାନ ସ୍ବୀକାର କରିଛି ଯେ, ମୋଷ୍ଟ ଓ୍ବାଣ୍ଟେଡ୍‌ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚିରେ ଲୁଚିଛନ୍ତି। ସେଠାରେ ପାକିସ୍ତାନ ଦାଉଦଙ୍କ ଉପରେ ଏବେ ପ୍ରତିବନ୍ଧକ ଲଗାଇଥିବା ଜଣାପଡ଼ିଛି। ଏଥିସହ ଦାଉଦଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ସିଲ୍‌ କରିବାକୁ ପାକିସ୍ତାନ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ନିକଟରେ ପାକିସ୍ତାନ ପକ୍ଷରୁ ଏକ ତାଲିକା ଜାରି କରାଯାଇଛି। ଯେଉଁଥିରେ ପ୍ରତିବନ୍ଧକ ଲଗାଯାଇଥିବା ୮୮ ଆତଙ୍କବାଦୀ ସଂଗଠନ ଓ ଆତଙ୍କବାଦୀଙ୍କ ନାମ ରହିଛି। ସେଥିରେ ଦାଉଦଙ୍କ ନାଁ ମଧ୍ୟ ସାମିଲ ରହିଛି। ଏଫ୍‌ଏଟିଏଫ୍‌ର କଳା ତାଲିକାକୁ ଡ଼ରି ପାକିସ୍ତାନ ଏଭଳି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି। କରାଚିର କ୍ଲିଫଟନ୍‌ ରୋଡରେ ଥିବା ସୌଦି ମସ୍‌ଜିଦ ନିକଟ ହ୍ବାଇଟ ହାଉସ୍‌ରେ ଦାଉଦର ଘର ଥିବା କୁହାଯାଉଥିବା ବେଳେ ସେଠାରେ ନିଜ ପରିବାର ସହ ସେ ସ୍ଥାୟୀ ବସବାସ କରୁଛି। ଦାଉଦ୍‌ ନିକଟରେ ୧୪ଟି ପାସ୍‌ପୋର୍ଟ ରହିଥିବା ସୂଚନା ମିଳିଛି। ୧୯୯୩ରେ ମୁମ୍ବାଇର ବିସ୍ଫୋରଣ ମାମଲାରେ ଦାଉଦ ସାମିଲ ଥିବା ବେଳେ ଗତ ୨୩ ବର୍ଷରୁ ଭାରତ ସରକାର ଓ ମୁମ୍ବାଇ ପୋଲିସ ତାଙ୍କୁ ଖୋଜିବାରେ ଲାଗିପଡ଼ିଛି। ପୂର୍ବରୁ ଭାରତୀୟ ଗୋଇନ୍ଦା ବିଭାଗ ଦାଉଦ୍‌ ପାକିସ୍ତାନରେ ଥିବା ନେଇ ଦାବି କରୁଥିବା ବେଳେ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲା ପାକିସ୍ତାନ। ହେଲେ ଏବେ ପାକିସ୍ତାନ ନିଜ ଆଡୁ ସ୍ବୀକାର କରିବା ସହ ଦାଉଦ ଉପରେ ପ୍ରତିବନ୍ଧକ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri