ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ୩ ମାଓବାଦୀ: ଡିଜିପି

ମାଲକାନଗିରି,୧୪।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଳକର ତୁଳସୀ ପାହାଡ଼ରେ ମଙ୍ଗଳବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ୩ଜଣ ମାଓବାଦୀ ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତ ଅବସରରେ ପ୍ରକାଶ କରିଛନ୍ତି। ଏହି ଅବସରରେ ସେ ଉଚ୍ଚ ପଦାଧିକାରୀମାନଙ୍କ ସହିତ ମାଓବାଦୀ ଦମନ ନେଇ ରଣନୀତି ସମୀକ୍ଷା କରିଛନ୍ତି। ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ମନୋବଳ ବୃଦ୍ଧି କରିବା ଲାଗି ଡିଜିପି ଗସ୍ତକରି ସେମାନଙ୍କୁ ପ୍ରଶଂସା କରିଛନ୍ତି। ପରେ ସେ ଜିଲା ପୋଲିସ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମାଓବାଦୀ ଦମନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ସେ ମାଓବାଦୀଙ୍କୁ ହିଂସା ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲହେବାକୁ ଆହ୍ବାନ ଦେଇଥିଲେ। ବୈଠକରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯାଇ ମାଓବାଦୀଙ୍କୁ ଦମନ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ଜଣାପଡିଛି। ଏଥିରେ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେଶନ ଅମିତାଭ ଠାକୁର, ଏସ୍‌ଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂ, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ, ମାଲକାନଗିରି ଏସ୍‌ପି ପ୍ରହଲ୍ଲାଦ ସାହାଇ ମୀନାଙ୍କ ସମେତ ବିଏସ୍‌ଏଫ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମଙ୍ଗଳବାର ଗୁଳି ବିନିମୟ ପରେ ଘଟଣାସ୍ଥଳରୁ ପୋଲିସ ଗୋଟିଏ ଏସ୍‌ଏଲ୍‌ଆର୍‌ ରାଇଫଲ, ଗୋଟିଏ ଇନ୍‌ସାସ ରାଇଫଲ, ୪ଟି ମାଗାଜିନ, ଗୋଟିଏ ଏକେ-୪୭ ମାଗାଜିନ , ୫୯ଟି ଏସ୍‌ଏଲ୍‌ଆର୍‌ ଗୁଳି, ୨୧ ଟି ଇନ୍‌ସାସ ଗୁଳି, ମାଓବାଦୀ କିଟ୍‌ ବ୍ୟାଗ୍‌, ପୁସ୍ତିକା, ଜୋତା, ତାର, ବ୍ୟାଟେରି, ପାଣି ବୋତଲ, ୱାକିଟକି, ଡେଟୋନେଟର, ଆଇଇଡି, ରିମୋଟ କଣ୍ଟ୍ରୋଲ, ଔଷଧ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?