ଝିଅକୁ କଲେଜରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ମା’

ବ୍ରହ୍ମପୁର ଅଫିସ,୧୪ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ବାଇପାସ ଜାତୀୟ ରାଜପଥ କଡ଼ରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ଖଲ୍ଲିକୋଟ ଥାନା ଅଧୀନ ଲୋଚାପଡ଼ା ଗ୍ରାମର ଲକ୍ଷ୍ମୀଚରଣ ଦାସଙ୍କ ଝିଅ ଦୀପ୍ତିଲତା ଦାସ(୧୭)। ଦୀପ୍ତିଲତାଙ୍କୁ ସେ ରହୁଥିବା ଛାତ୍ରାବାସରେ ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦେଉଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟାମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ବୋଲି ଅତିରିକ୍ତ ଏସ୍‌ପି ଅସୀମ ପଣ୍ଡା ସୂଚନା ଦେଇଛନ୍ତି। ସୋମବାର ଛାତ୍ରୀଙ୍କ ମୃତଦେହ ବ୍ୟବଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସେ କହିଛନ୍ତି।

ପ୍ରକାଶ ଯେ, ଦୀପ୍ତିଲତା ବ୍ରହ୍ମପୁରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଦ୍ୱିତୀୟ ବର୍ଷ ବିଜ୍ଞାନ ଛାତ୍ରୀ ଥିଲେ। ସେ ଉକ୍ତ ଶିକ୍ଷାନୁଷ୍ଠାନ ଛାତ୍ରାବାସରେ ରହୁଥିଲେ। ରବିବାର ସନ୍ଧ୍ୟାରେ ସେ ଆତ୍ମହତ୍ୟା କରିଥିବା ବେଳେ କଲେଜ କର୍ତ୍ତୃପକ୍ଷ ତରବରିଆ ଭାବେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୈଦ୍ୟନାଥପୁର ଥାନା ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ଅନ୍ୟପଟେ ଦୀପ୍ତିଲତା ରହୁଥିବା ଛାତ୍ରାବାସକୁ ଯାଇ ତାଙ୍କ ସହପାଠୀଙ୍କୁ ଓ କଲେଜ କର୍ତ୍ତୃପକ୍ଷଙ୍କୁ ମଧ୍ୟ ପଚରାଉଚରା କରିଥିଲା। ସୋମବାର ମୃତ ଛାତ୍ରୀଙ୍କ ମା’ ଜ୍ୟୋତ୍ସ୍ନାରାଣୀ ଦାସ ଓ ତାଙ୍କ ଭାଇ ମୃତଦେହ ବ୍ୟବଚ୍ଛେଦ ଗୃହରେ ପହଞ୍ଚିଥିଲେ। ପରେ ଝିଅକୁ ହତ୍ୟା କରାଯାଇଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ଅନ୍ୟପଟେ ପୋଲିସ ମୃତ ଛାତ୍ରୀଙ୍କ ମୋବାଇଲ ଫୋନ ଜବତ କରି ଅନୁସନ୍ଧାନ ଚଳାଇଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri