ଚାଲିଗଲା ପ୍ରସୂତି ମା’ ଶିଶୁଙ୍କ ଜୀବନ

ସୋନପୁର,୧୦।୨(ମୃତ୍ୟୁଞ୍ଜୟ ଶତପଥୀ): ସରକାର ମା’ ଓ ଶିଶୁଙ୍କ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିବା ସହ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ହସ୍ପିଟାଲରେ ଉଚିତ ଚିକିତ୍ସା ନ ପାଇ ଅନେକଙ୍କ ଜୀବନ ଯାଉଛି। ଏଭଳି ସ୍ଥିତିରେ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରସୂତି ମହିଳା ଏବଂ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ହେଲେ ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିନ୍ଦୂରପୁର ପଞ୍ଚାୟତ ମଣିଗା ଗାମର ବିକ୍ରମ ପେରାଙ୍କ ସ୍ତ୍ରୀ ଦୀପ୍ତି ପେରା(୨୫) ଏବଂ ତାଙ୍କର ନବଜାତ ଶିଶୁପୁତ୍ର। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ମିଳିଥିବା ସୂଚନା ମୁତାବକ, ବିକ୍ରମଙ୍କ ସ୍ତ୍ରୀ ଦୀପ୍ତିଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଗତ ୮ ତାରିଖରେ ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟରେ ଭର୍ତ୍ତି କରାଯାଇଥିଲା। ସେଠାରୁ ପରେ ସୋନପୁରସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ଡାକ୍ତର ପୁଣି ମହିଳାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ହେଲେ ତାଙ୍କୁ ଶୁକ୍ରବାର ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ବୁର୍ଲାରେ ଦୀପ୍ତି ଏକ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ହେଲେ ଶିଶୁଟିର ମୃତ୍ୟୁ ପରେ ମା’ ଦୀପ୍ତିଙ୍କ ମଧ୍ୟ ମୃତ୍ର ଘଟିଥିଲା।

ବିନିକା ସିଡିପିଓ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କୁ ପଚରାଯିବାରୁ ସେ କହିଥିଲେ, ପ୍ରସବ ପାଇଁ ନିର୍ଦ୍ଧାରିତ ତାରିଖ ମାର୍ଚ୍ଚ ୧୪ ଥିଲା। କିନ୍ତୁ ଏହାର ଏକମାସରୁ ଅଧିକ ସମୟ ପୂର୍ବରୁ ଛୁଆ ଜନ୍ମ ହୋଇଛି। ଦୀପ୍ତିଙ୍କ ରକ୍ତ କମ୍‌ ରହୁଥିବାରୁ ତାଙ୍କୁ ଆଇରନ ବଟିକା ଦିଆଯାଉଥିଲା। ବର୍ତ୍ତମାନ ମୃତକ ପରିବାରକୁ ଆର୍ଥିକ ସହଯୋଗ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri