ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ

ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତର ମା’ ଝିଅ ହେଲେ ଗ୍ରାମର ଶାନ୍ତିଲତା ଦଳେଇ ଓ ତାଙ୍କ ଝିଅ ସଞ୍ଜୁଲତା। ଏ ନେଇ ଶାନ୍ତିଲତା ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସେ ଏତଲାରେ ଉଲ୍ଲେଖ କରିଛନ୍ତି ଯେ, ଧାର୍‌ ଟଙ୍କା ମାଗିବାରୁ ଗ୍ରାମର ଜଣେ ଯୁବକ ସେମାନଙ୍କୁ ଆକ୍ରମଣ କରିଛନ୍ତି। ଉକ୍ତ ଯୁବକ ତାଙ୍କ ପୁଅଠାରୁ ଗୁଜୁରାଟରେ ୪୦ ହଜାର ଟଙ୍କା ନେଇ ଆଉ ଫେରାଉ ନ ଥିଲେ। ଶନିବାର ସେ ତାଙ୍କୁ ଏହି ଟଙ୍କା ମାଗିବାରୁ ଉତ୍ତେଜିତ ହୋଇ ମାରଣାସ୍ତ୍ରରେ ମା’ ଝିଅଙ୍କୁ ଆକ୍ରମଣ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri