ଶୋଇଥିବାବେଳେ ଜିଅନ୍ତା ଜଳିଗଲେ ମା-ଝିଅ, ବାପ-ପୁଅ ଗିରଫ

ସମ୍ବଲପୁର,୭ା୧୧(ପ୍ରମୋଦ ବହିଦାର): ଘରେ ଶୋଇଥିବାବେଳେ ନିଆଁ ଲାଗି ମା’-ଝିଅ ଜିଅନ୍ତା ଜଳିଯିବା ଘଟଣାରେ ସଦରଥାନା ପୋଲିସ ଗୁରବାର ବାପ ଓ ପୁଅଙ୍କୁ ଗିରଫ କରିଛି। ସେମାନେ ହେଲେ ମୃତା ମହିଳା ସ୍ନେହଲତା ଦୀକ୍ଷିତଙ୍କ ପୁତ୍ର ଜଗନ୍ନାଥ (୫୮) ଓ ନାତି (ଜଗନ୍ନାଥଙ୍କ ପୁତ୍ର) ସଙ୍କେତ(୨୬)।
ସୂଚନାନୁସାରେ, ଗତ ମଙ୍ଗଳବାର ବିଳମ୍ବିତ ରାତିରେ ସମ୍ବଲପୁର ସଦର ଥାନା ତଥା ମାନେଶ୍ବର ବ୍ଲକ ହାଟପଦା ଗ୍ରାମରେ ଏକ ଦୋହଲାଇ କୋଠାର ଉପର ମହଲାରେ ନିଆଁ ଲାଗିଯିବାରୁ ଏଠାରେ ରହୁଥିବା ସ୍ନେହଲତା ଦୀକ୍ଷିତ(୯୫) ଓ ତାଙ୍କ ଝିଅ ସୈରେନ୍ଦ୍ରୀ ଦୀକ୍ଷିତ(୬୨) ଜୀବନ୍ତ ଦଗ୍ଧ ହୋଇ ପ୍ରାଣ ହରାଇଥିଲେ। କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ମୃତା ସ୍ନେହଲତାଙ୍କ ସାନଝିଅ ଇନ୍ଦ୍ରାଣୀ ପୁରୋହିତ ତଳ ମହଲାରେ ରହୁଥିବା ତାଙ୍କ ବଡ଼ଭାଇ ଓ ତାଙ୍କ ପରିବାର ମିଶି ଯୋଜନାବଦ୍ଧ ଭାବେ ଘରେ ନିଆଁ ଲଗାଇ ତାଙ୍କ ମାତା ଓ ବଡ଼ ଭଉଣୀଙ୍କୁ ହତ୍ୟା କରିଛନ୍ତି ବୋଲି ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ଆଧାରରେ ସଦର ଥାନାରେ କେସ ନଂ.୨୯୬/୨୪ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ତଦନ୍ତ ପୂର୍ବକ ପୋଲିସ ଉଭୟ ଜଗନ୍ନାଥ ଓ ପୁଅ ଅଙ୍କିତଙ୍କୁ ଗତକାଲି ପ୍ରଥମେ ଅଟକ ରଖି ପଚରାଉଚରା କରିଥିଲା। ମାତ୍ର ଗୁରୁବାର ଉଭୟଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ସ୍ନେହଲତା ଓ ସୈରେନ୍ଦ୍ରୀ ମାନେଶ୍ବର ହାଟପଦାରେ ତାଙ୍କ ମହଲା ବିଶିଷ୍ଟ କୋଠାର ଉପର ମହଲାରେ ରହୁଥିଲେ। ସ୍ନେହଲତା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତା ହୋଇ ଶଯ୍ୟାଶାୟୀ ଥିଲେ। ଅବିବାହିତା ସୈରେନ୍ଦ୍ରୀ ଜଣେ ଅବସରପାତ୍ର ଶିକ୍ଷୟିତ୍ରୀ। ସେ ମା’ଙ୍କ ପାଖରେ ରହି ତାଙ୍କ ସେବା  କରୁଥିଲେ। ସେହିପରି ଉକ୍ତ କୋଠାର ତଳ ମହଲାରେ ସ୍ନେହଲତାଙ୍କ ଏକମାତ୍ର ପୁତ୍ର ଜଗନ୍ନାଥ ପରିବାର ସହିତ ରହୁଥିଲେ। ତେବେ ଜମିବାଡ଼ିକୁ ନେଇ ଜଗନ୍ନାଥଙ୍କ ସହ ସ୍ନେହଲତା ଓ ସୈରେନ୍ଦ୍ରୀଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା। ତେଣୁ ମା’ ଓ ଭଉଣୀଙ୍କୁ ରାସ୍ତାରୁ ହଟାଇବା ପାଇଁ ବଡ଼ଭାଇ ଜଗନ୍ନାଥ ଏପରି କରିଛନ୍ତି ବୋଲି ଇନ୍ଦ୍ରାଣୀ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri