Posted inରାଜ୍ୟ

ପୋଖରୀରେ ବୁଡ଼ିଗଲେ ମା’ ଝିଅ

କେନ୍ଦୁଝର,୩ା୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜାମୁଯୋଡ଼ି ପଞ୍ଚାୟତ ଅଧୀନ ଜାମୁପଶି ସାହିରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ମା’ ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ସାହିର ବାସୁଦେବ ନାଏକଙ୍କ ସ୍ତ୍ରୀ ଦ୍ରୌପଦୀ(୪୦) ଓ ତାଙ୍କ ସାନ ଝିଅ ରିଙ୍କି(୬)।

ଚାଷ କାମ ସାରି ସା ସମୟରେ ଦ୍ରୌପଦୀ ଝିଅ ରିଙ୍କିଙ୍କ ସହିତ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଘରକୁ ଫେରିବା ଡେରି ହେବାରୁ ବଡ଼ ଝିଅ ବ୍ୟସ୍ତ ହୋଇ ଖୋଜାଖୋଜି କରିଥିବା ବେଳେ ପୋଖରୀରେ ମା’ ଭାସୁଥିବା ଦେଖିବାକୁ ପାଇଥିଲା। ପାଟି କରିବାରୁ ଘଟଣା ସ୍ଥଳରେ ପହଞ୍ଚିଥିଲେ ଗାଁ ଲୋକେ। ସେମାନଙ୍କ ଠାରୁ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ମା’ ଝିଅଙ୍କ ମୃତଦେହ ବାହାର କରିଥିଲେ। ହରିଚନ୍ଦନପୁର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri