ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ମା’ ଝିଅ ଏକ ସ୍କୁଟିରେ ଯାଉଥିବା ବେଳେ ରାସ୍ତା ଉପରେ ପଡ଼ିଥିବା ବନ୍ଧ ଖୋଳା ମାଟିରେ ସ୍କୁଟି ଚକ ସ୍ଲିପ୍ ହୋଇଥିଲା । ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇ ଫେରାର ହୋଇଯାଇଥିବା ଜଣାପଡିଛି । ଦୁର୍ଘଟଣା ଏତେ ଭୟଙ୍କର ରହିଥିଲା ଯେ, ଘଟଣାସ୍ଥଳରେ ମା’ ସୁନୀତା ନାଗ ଓ ଝିଅ ଶ୍ରୁତି ନାଗ ( ତାଲପାଲି ପଡା)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

କିଛି ଦିନ ହେଲା ବଲାଙ୍ଗୀର ସହରର ୧୧ଟି ଜଳାଶୟର ମାଟି ଉନ୍ନୟନ କାମ ଏବେ ଚାଲିଛି । ବଲାଙ୍ଗୀର ପୌପରିଷଦ ପକ୍ଷରୁ ଏହି ଉନ୍ନୟନ କାମ କରାଯାଉଛି । ଶନିବାର ଜଳାଶୟ ମାଟି ଉନ୍ନୟନ କାମକୁ ନେଇ ବିଜେଡି ଓ କଂଗ୍ରେସ ମୁହାଁ ମୁହିଁ ହୋଇଥଲେ । ଜଳାଶୟ ର ମାଟି ସ୍ଥାନାନ୍ତରଣ ବେଳେ ସହରର ବିଭିନ୍ନ ରାସ୍ତା ଉପରେ ମାଟି ପଡ଼ିବା ଯୋଗୁଁ ରାସ୍ତା କାଦୁଅମୟ ହେବା ଯୋଗୁଁ ଜନ ଅସନ୍ତୋଷ ଦେଖାଦେଇଥିଲା । କାଦୁଅମୟ ପିଚୁ ରାସ୍ତାରେ ଏବେ ଲୋକେ ଯିବାଆସିବା କଲା ବେଳକୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଆଜି ସକାଳୁ ଏକ ଘରୋଇ ହସପିଟାଲରେ କାମ କରୁଥିବା ମା’ଙ୍କୁ ସ୍କୁଟିରେ ତାଙ୍କ ଝିଅ ଛାଡିବାକୁ ନେଲାବେଳେ ବଲାଙ୍ଗିର ସମ୍ବଲପୁର ରାସ୍ତା ଗାନ୍ଧୀନଗର ପଡା ଠାରେ ଦୁର୍ଘଟଣା ଘଟିଥିଲା । ପିଚୁ ରାସ୍ତାରେ ମା’ ଝିଅ ସ୍କୁଟିରେ ଯାଉଥିବା ବେଳେ ରାସ୍ତା ଉପରେ ପଡ଼ିଥିବା ଜଳାଶୟର କାଦୁଅ ମାଟିରେ ସ୍କୁଟି ସ୍ଲିପ୍ କରିଯାଇଥିଲା ।ମାଆ ଓ ଝିଅ ତଳେ ପଡ଼ିଯିବା ପରେ ମୁଣ୍ଡ ଉପରେ ଟ୍ରକ ଚଢି ଯାଇଥିବା କୁହାଯାଉଛି । ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରି ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନେଇଥିବା ଜଣାପଡିଛି । ଅନ୍ୟ ପଟେ ଟାଉନ୍ ପୋଲିସ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?