ଗୋଟିଏ ମଣ୍ଡପରେ ବିବାହ କଲେ ମା’-ଝିଅ

ଗୋରଖପୁର,୧୧ ।୧୨: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରେ ଏକ ବିଚିତ୍ର ବିହାହ ଦେଖିବାକୁ ମିଳିଛି । ଏଠାରେ ମୁଖ୍ୟମନ୍ତ୍ରୀ ସାମୁହିକ ବିବାହ ଯୋଜନା ଅଧିନରେ ଗୋଟିଏ ମଣ୍ଡପରେ ମା’ ଓ ଝିଅ ବିବାହ କରିଥିବା ଦେଖାଯାଇଛି । ଏମାନେ ଗୋଟିଏ ମଣ୍ଡପରେ ନିଜ ନିଜ ଜୀବନସାଥିଙ୍କ ହାତ ଧରି ନୂଆ ଜୀବନ ଆରମ୍ଭ କରିଛନ୍ତି । ଏଠାକୁ ଆସିଥିବା ଅତିଥିମାନେ ମଧ୍ୟ ମା-ଝିଅଙ୍କୁ ଆଶୀର୍ବାଦ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ, ପେପର‌୍ୟାଲି ବ୍ଲକ ଅଞ୍ଚଳରେ କୁରମୌଲ ବାସିନ୍ଦା ବେଇଲିଙ୍କ ସ୍ୱାମୀଙ୍କର ମୃତ୍ୟୁ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ସାମୁହିକ ଯୋଜନାରେ ବେଇଲି ନିଜ ଝିଅର ଓ ନିଜର ବିବାହ ପାଇଁ ରେଜିଷ୍ଟ୍ରେଶନ କରି ରଖିଥିଲେ । ଏବେ ବେଇଲି ନିଜ ଦିଅର ଜଗଦିଶ(୫୫)ଙ୍କୁ ବିବାହ କରିଥିବା ବେଳେ ତାଙ୍କ ଝିଅ ପାଲି ନିବାସୀ ରାହୁଲଙ୍କୁ ବିବାହ କରିଛନ୍ତି । ଆଉ ଏହି ବିବାହ ଗୋଟିଏ ମଣ୍ଡପରେ ସମ୍ପନ୍ନ ହୋଇଛି । ଏହି ବିବାହ ଦେଖିବା ପରେ ଗ୍ରାମବାସୀମାନେ କହିଛନ୍ତି ଗୋଟିଏ ମଣ୍ଡପରେ ମା’-ଝିଅଙ୍କ ବିବାହ ପ୍ରଥମ ଥର ଲାଗି ଦେଖୁଛନ୍ତି । ସୂଚନାଯୋଗ୍ୟ, ଏହି ବିବାହ ଗୁରୁବାର ଆୟୋଜିତ ହୋଇଥିବା ବେଳେ ପିପର‌୍ୟାଲି ବ୍ଲକ ମୁଖ୍ୟାଳୟରେ ୬୩ ଯୋଡା ବରକନ୍ୟା ବିବାହ କରି ନିଜର ଦାମ୍ପତ୍ୟ ଜୀବନ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri