ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ। ସେ ପାଟି କରିବାରୁ ଯୁବତୀଙ୍କ ମା’ ଘଟଣାସ୍ଥଳରେ ପହଞ୍ଚି ପ୍ରତିବାଦ କରିବାରୁ ଶଙ୍କର ଉଭୟଙ୍କୁ ଅସଦାଚରଣ କରିବା ସହ ଯୁବତୀଙ୍କ ମା’ଙ୍କୁ ଠେଙ୍ଗାରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଯୁବତୀ ଜଣକ ତାଙ୍କ ମା’ଙ୍କ ସହ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିବା କହିଛନ୍ତି।

ପୋଲିସ ଏନେଇ ତଦନ୍ତ ଚଳାଇଛି। ଶୁକ୍ରବାର ଅପରାହ୍ନରେ ଯୁବତୀ ଜଣକ ଘର ବାରଣ୍ଡାରେ ବସିଥିଲେ। ଶଙ୍କର ସେଠାରେ ପହଞ୍ଚି ଯୁବତୀଙ୍କୁ ଭିଡ଼ି ଧରିଥିଲେ। ଯୁବତୀଙ୍କ ମା’ ସେଠାରେ ପହଞ୍ଚିବାରୁ ଶଙ୍କର ଯୁବତୀଙ୍କ ଚୁଟି ଧରି ଘୋଷାଡ଼ି ତଳେ ପକାଇ ଦେଇଥିଲେ। ପରେ ଶଙ୍କର ଉଭୟଙ୍କୁ ଆପତ୍ତି ଜନକ ଭାଷାରେ ଗାଳି କରି ଉଭୟଙ୍କୁ ଧକ୍କା, ଲାତ, ଗୋଇଠା ମାରିଥିଲେ। ପରେ ଯୁବତୀଙ୍କ ମା’ଙ୍କ ମୁଣ୍ଡକୁ ଠେଙ୍ଗାରେ ମାଡ଼ ମାରିଥିଲେ। ଯୁବତୀଙ୍କ ମାଙ୍କ ବେକରୁ ରୁପା ଚେନ୍‌ ଛଡ଼ାଇ ନେବାକୁ ଉଦ୍ୟମ କରିଥଲେ। ପାଖ ପଡ଼ୋଶୀ କିଛି ମହିଳା ସେଠାରେ ପହଞ୍ଚି ଛଡାଛଡ଼ି କରିଥିଲେ। ଯୁବତୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ଶଙ୍କର ପୂର୍ବରୁ ମଧ୍ୟ ଏକାଧିକ ଥର ଯୁବତୀଙ୍କ ଘରେ ପଶି ତାଙ୍କୁ ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri