ମା-ଝିଅଙ୍କୁ ବାନ୍ଧିଦେଲେ, ବଳାତ୍କାର ଧମକ ଦେଇ ଦୁର୍ବୃତ୍ତ ଲୁଟିନେଲେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ବଣାଇଁ,୨୭ା୧୦: ସୁନ୍ଦରଗଡ଼ ଜିଲା ବଣାଇଁ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା। ବଣାଇଁ ଥାନାଠାରୁ ମାତ୍ର ପାଞ୍ଚ ଶହ ମିଟର ଦୁରରେ ଥିବା ରଶ୍ମି ଇଲେକ୍ଟ୍ରିକାଲ ଦୋକାନ ମାଲିକଙ୍କ ଘରେ ମା, ଝିଅ ଓ ଦୋକାନରେ କାମ କରୁଥିବା ପିଲା ଶୋଇଥିବା ବେଳେ ମଧ୍ୟରାତ୍ରିରେ ହଠାତ୍‌ ୪ ଜଣ ଦୁର୍ବୃତ୍ତ ପହଞ୍ଚି ତଳେ ଶୋଇଥିବା ତାଙ୍କର ଚାକରକୁ ଆଗେ ପ୍ରବଳ ମାଡ଼ ମାରିବା ସହ ତାଙ୍କୁ କୁଆଡେ ବାନ୍ଧି ଦେଇଥିଲେ। ବନ୍ଧୁକ ଦେଖାଇ କହିଥିଲେ ତମ ମାଲିକାଣୀଙ୍କୁ କବାଟ ଖୋଲା କରିବାକୁ କହ ନ ହେଲେ ତୋତେ ମାରିଦେବୁ, ଡକାୟତମାନଙ୍କ ପାଖରେ ବନ୍ଧୁକ, ମାଂସ କଟା ଚାପଡ଼ ଓ ଶାବଳ ହାତରେ ଥିଲା।

ସମ୍ପୃକ୍ତ କର୍ମଚାରୀ ଦୁର୍ବୃତ୍ତଙ୍କ ଭୟରେ ପେଟ ବିନ୍ଧୁଛି ଔଷଧ ଦିଅ ବୋଲି ମାଲିକାଣୀଙ୍କୁ ଫୋନ ଯୋଗେ କହିଥିଲେ। ମା’ ଝିଅ ଔଷଧ ବାହାର କରି କବାଟ ଖୋଲିଥିଲେ ହେଲେ ଛକି ରହିଥିବା ଦୁର୍ବୃତ୍ତ ତାଙ୍କୁ ଧକ୍କା ମାରି ଘର ଭିତରକୁ ପଶି ଆସିଥିଲେ। ମୁହଁ, ଗୋଡ଼ ହାତ ସବୁ ମା’ ଝିଅଙ୍କର ବାନ୍ଧିବା ସହ ଚାବି ମାଗିଥିଲେ। ଯଦି ଚାବି ନ ଦେବ ତମ ଝିଅକୁ ବଳାତ୍କାର କରି ଭିଡିଓ ଭାଇରାଲ କରିଦେବୁ ବୋଲି ମଧ୍ୟ ଧମକ ଦେଲେ। ବାଧ୍ୟ ହୋଇ ଚାବି ନେଇ ସୁନା ଅଳଙ୍କାର ଓ ମହାଜନଙ୍କୁ ଦବା ପାଇଁ ପ୍ରାୟ ୨୫ ଲକ୍ଷ ଟଙ୍କା ଇତ୍ୟାଦିକୁ ମିଶାଇ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଲୁଟି ନେଇଥିଲେ। ଦୁର୍ବୃତ୍ତଙ୍କ ଅପରେଶନ ତିନିଘଣ୍ଟା ଧରି ଚାଲିଥିବା ବେଳେ ଦୁର୍ବୃତ୍ତମାନେ ସିସିଟିଭି କ୍ୟାମେରା ଭାଙ୍ଗି ହାର୍ଡ ଡିସ୍କକୁ ନେଇ ପଳାଇଥିଲେ। ଭୋର ସମୟରେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବଣାଇଁ ଏବେ ସମ୍ପୂର୍ଣ୍ଣ ଅସୁରକ୍ଷିତ। ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଏହାକୁ ନେଇ ସହରବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ରାଉରକେଲା ଏସ୍‌ପି ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଦାବି କରିଛନ୍ତ। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତାରେ ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri