ମା-ଝିଅଙ୍କୁ ବାନ୍ଧିଦେଲେ, ବଳାତ୍କାର ଧମକ ଦେଇ ଦୁର୍ବୃତ୍ତ ଲୁଟିନେଲେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ବଣାଇଁ,୨୭ା୧୦: ସୁନ୍ଦରଗଡ଼ ଜିଲା ବଣାଇଁ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା। ବଣାଇଁ ଥାନାଠାରୁ ମାତ୍ର ପାଞ୍ଚ ଶହ ମିଟର ଦୁରରେ ଥିବା ରଶ୍ମି ଇଲେକ୍ଟ୍ରିକାଲ ଦୋକାନ ମାଲିକଙ୍କ ଘରେ ମା, ଝିଅ ଓ ଦୋକାନରେ କାମ କରୁଥିବା ପିଲା ଶୋଇଥିବା ବେଳେ ମଧ୍ୟରାତ୍ରିରେ ହଠାତ୍‌ ୪ ଜଣ ଦୁର୍ବୃତ୍ତ ପହଞ୍ଚି ତଳେ ଶୋଇଥିବା ତାଙ୍କର ଚାକରକୁ ଆଗେ ପ୍ରବଳ ମାଡ଼ ମାରିବା ସହ ତାଙ୍କୁ କୁଆଡେ ବାନ୍ଧି ଦେଇଥିଲେ। ବନ୍ଧୁକ ଦେଖାଇ କହିଥିଲେ ତମ ମାଲିକାଣୀଙ୍କୁ କବାଟ ଖୋଲା କରିବାକୁ କହ ନ ହେଲେ ତୋତେ ମାରିଦେବୁ, ଡକାୟତମାନଙ୍କ ପାଖରେ ବନ୍ଧୁକ, ମାଂସ କଟା ଚାପଡ଼ ଓ ଶାବଳ ହାତରେ ଥିଲା।

ସମ୍ପୃକ୍ତ କର୍ମଚାରୀ ଦୁର୍ବୃତ୍ତଙ୍କ ଭୟରେ ପେଟ ବିନ୍ଧୁଛି ଔଷଧ ଦିଅ ବୋଲି ମାଲିକାଣୀଙ୍କୁ ଫୋନ ଯୋଗେ କହିଥିଲେ। ମା’ ଝିଅ ଔଷଧ ବାହାର କରି କବାଟ ଖୋଲିଥିଲେ ହେଲେ ଛକି ରହିଥିବା ଦୁର୍ବୃତ୍ତ ତାଙ୍କୁ ଧକ୍କା ମାରି ଘର ଭିତରକୁ ପଶି ଆସିଥିଲେ। ମୁହଁ, ଗୋଡ଼ ହାତ ସବୁ ମା’ ଝିଅଙ୍କର ବାନ୍ଧିବା ସହ ଚାବି ମାଗିଥିଲେ। ଯଦି ଚାବି ନ ଦେବ ତମ ଝିଅକୁ ବଳାତ୍କାର କରି ଭିଡିଓ ଭାଇରାଲ କରିଦେବୁ ବୋଲି ମଧ୍ୟ ଧମକ ଦେଲେ। ବାଧ୍ୟ ହୋଇ ଚାବି ନେଇ ସୁନା ଅଳଙ୍କାର ଓ ମହାଜନଙ୍କୁ ଦବା ପାଇଁ ପ୍ରାୟ ୨୫ ଲକ୍ଷ ଟଙ୍କା ଇତ୍ୟାଦିକୁ ମିଶାଇ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଲୁଟି ନେଇଥିଲେ। ଦୁର୍ବୃତ୍ତଙ୍କ ଅପରେଶନ ତିନିଘଣ୍ଟା ଧରି ଚାଲିଥିବା ବେଳେ ଦୁର୍ବୃତ୍ତମାନେ ସିସିଟିଭି କ୍ୟାମେରା ଭାଙ୍ଗି ହାର୍ଡ ଡିସ୍କକୁ ନେଇ ପଳାଇଥିଲେ। ଭୋର ସମୟରେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବଣାଇଁ ଏବେ ସମ୍ପୂର୍ଣ୍ଣ ଅସୁରକ୍ଷିତ। ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଏହାକୁ ନେଇ ସହରବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ରାଉରକେଲା ଏସ୍‌ପି ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଦାବି କରିଛନ୍ତ। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତାରେ ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri