କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।
ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଣ୍ଡିବେଡ଼ା ପଞ୍ଚାୟତ ଅନ୍ତର୍ଗତ ନିନାଶପାଣୀ ଗ୍ରାମରେ ଘଟିଛି ଏହି ଅଭାବନୀୟ ଘଟଣା। ମୃତକ ହେଲେ ଦୟମତି ମୁଦୁଲି (୪୫) ଓ ତାଙ୍କ ଝିଅ ଚମ୍ପା (୨୨)।

ସୂଚନା ଅନୁଯାୟୀ, ଉଭୟେ ନିଜ ଜମିରେ ଥିବା ଏକ କୁସୁମ ଗଛରୁ କୁସୁମ କୋଳି ତୋଳିବାକୁ ଯାଇଥିଲେ। ଏହି ସମୟରେ ରବିବାର ଅପରାହ୍ନ ୩ଟା ସମୟରେ ହଠାତ୍‌ ପାଗ ବଦଳିଯିବା ସହ ବର୍ଷା ଓ ଘଡ଼ଘଡ଼ି ଆରମ୍ଭ ହୋଇଥିଲା। ଠିକ ସେତିକିବେଳେ ବଜ୍ରପାତ ହେବାରୁ ମା’ ଓ ଝିଅ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ଚମ୍ପା ମୁଦୁଲି ସ୍ଥାନୀୟ ବିଦ୍ୟାଳୟରେ ଶିଶୁ ସେବିକା ଭାବେ କାର୍ଯ୍ୟରତ ଥିଲେ। ଏକାସାଙ୍ଗରେ ମା’ ଓ ଝିଅଙ୍କ ମୃତ୍ୟୁ ଘଟଣା ପରିବାର ସହ ସମଗ୍ର ଗ୍ରାମକୁ ଶୋକାକୁଳ କରିଦେଇଛି। ବର୍ଷା ସମୟରେ ବଜ୍ରପାତର ଆଶଙ୍କା ଥିଲେ ଖୋଲା ସ୍ଥାନ ଓ ଗଛ ତଳେ ନ ରହିବାକୁ ପାଣିପାଗ ବିଭାଗ ବାରମ୍ବାର ପରାମର୍ଶ ଦେଉଛି ତଥାପି ସଚେତନତା ଅଭାବରୁ ଏହିଭଳି ଅଘଟଣ ଘଟୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?