ଝିଅ ଜ୍ୱାଇଁଙ୍କ ଧାର ଟଙ୍କା ଶୁଝି ନ ପାରି ମା’ପୁଅଙ୍କ ଆତ୍ମହତ୍ୟା

ରାୟଗଡ଼ା ଅଫିସ, ୭।୫: ରାୟଗଡ଼ା ଜିଲା ଶେଷକାଲ ଥାନା ଅଧୀନ ଜେମାଦେଈପେଣ୍ଠ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଝିଅ ଜ୍ୱାଇଁଙ୍କଠାରୁ ଆଣିଥିବା ଧାର ଟଙ୍କା ଶୁଝି ନ ପାରିବାରୁ ମା’ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମା’ ରଜନୀ ଗୁଡୁଲା ଏବଂ ପୁଅ ସମେସ ଗୁଡୁଲା। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ମିଳିଥିବା ସୂଚନା ମୁତାବକ, ମା’ପୁଅ ଏକ ହୋଟେଲ ଚଳାଉଥିଲେ। ହେଲେ କରୋନା ମହାମାରୀ ଯୋଗୁ ଏହା ବନ୍ଦ ହୋଇ ଯାଇଥିଲା। ହୋଟେଲକୁ ପୁଣିଥରେ ଚାଲୁ କରିବା ପାଇଁ ମା’ପୁଅ ଲୋକଙ୍କଠାରୁ ଧାର ଆକାରରେ ଲକ୍ଷାଧିକ ଟଙ୍କା ଆଣିଥିଲେ। ହେଲେ ପରବର୍ତ୍ତୀ ସମୟରେ ନିଜ ଝିଅ ଜ୍ୱାଇଁଙ୍କଠାରୁ ମଧ୍ୟ କିଛି ସୁନା ଅଳଙ୍କାର ଆଣି ବିକ୍ରି କରି ଲୋକଙ୍କ କିଛି ଟଙ୍କା ପରିଶୋଧ କରିଥିଲେ। ଏହାର କିଛି ମାସ ପରେ ଝିଅଜ୍ୱାଇଁ ସୁନା ଅଳଙ୍କାର ଫେରାଇ ଦେବାକୁ କହିଥିଲେ। ହେଲେ ପାଖରେ ଟଙ୍କା ନ ଥିବାରୁ ସୁନା ଅଳଙ୍କାର ଫେରାଇବାରେ ମା’ପୁଅଙ୍କର ବିଳମ୍ବ ହୋଇଥିଲା। ଏନେଇ ଝିଅଜ୍ୱାଇଁ ଏବଂ ଶାଶୁ ଏବଂ ଶଳାଙ୍କ ମଧ୍ୟରେ ମନୋମାଲିନ୍ୟ ହୋଇ ପାଟିତୁଣ୍ଡ ହୋଇଥିଲା। ଅନ୍ୟପକ୍ଷେ ଟଙ୍କା ପରିଶୋଧ କରିବା ନେଇ ମା’ପୁଅ ଚିନ୍ତାରେ ଥିଲେ। ବେଳକୁ ବେଳ ମା’ପୁଅଙ୍କ ଆର୍ଥିକ ସଂକଟ ଗୁରୁତର ହେବାରୁ ଏଥିରେ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ରାତିରେ ମା’ ପୁଅ ବିଷ ପିଇ ଦେଇଥିଲେ। ରାତିରେ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଶନିବାର ସକାଳେ ମା’ଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri