ଝିଅ ଜ୍ୱାଇଁଙ୍କ ଧାର ଟଙ୍କା ଶୁଝି ନ ପାରି ମା’ପୁଅଙ୍କ ଆତ୍ମହତ୍ୟା

ରାୟଗଡ଼ା ଅଫିସ, ୭।୫: ରାୟଗଡ଼ା ଜିଲା ଶେଷକାଲ ଥାନା ଅଧୀନ ଜେମାଦେଈପେଣ୍ଠ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଝିଅ ଜ୍ୱାଇଁଙ୍କଠାରୁ ଆଣିଥିବା ଧାର ଟଙ୍କା ଶୁଝି ନ ପାରିବାରୁ ମା’ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମା’ ରଜନୀ ଗୁଡୁଲା ଏବଂ ପୁଅ ସମେସ ଗୁଡୁଲା। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ମିଳିଥିବା ସୂଚନା ମୁତାବକ, ମା’ପୁଅ ଏକ ହୋଟେଲ ଚଳାଉଥିଲେ। ହେଲେ କରୋନା ମହାମାରୀ ଯୋଗୁ ଏହା ବନ୍ଦ ହୋଇ ଯାଇଥିଲା। ହୋଟେଲକୁ ପୁଣିଥରେ ଚାଲୁ କରିବା ପାଇଁ ମା’ପୁଅ ଲୋକଙ୍କଠାରୁ ଧାର ଆକାରରେ ଲକ୍ଷାଧିକ ଟଙ୍କା ଆଣିଥିଲେ। ହେଲେ ପରବର୍ତ୍ତୀ ସମୟରେ ନିଜ ଝିଅ ଜ୍ୱାଇଁଙ୍କଠାରୁ ମଧ୍ୟ କିଛି ସୁନା ଅଳଙ୍କାର ଆଣି ବିକ୍ରି କରି ଲୋକଙ୍କ କିଛି ଟଙ୍କା ପରିଶୋଧ କରିଥିଲେ। ଏହାର କିଛି ମାସ ପରେ ଝିଅଜ୍ୱାଇଁ ସୁନା ଅଳଙ୍କାର ଫେରାଇ ଦେବାକୁ କହିଥିଲେ। ହେଲେ ପାଖରେ ଟଙ୍କା ନ ଥିବାରୁ ସୁନା ଅଳଙ୍କାର ଫେରାଇବାରେ ମା’ପୁଅଙ୍କର ବିଳମ୍ବ ହୋଇଥିଲା। ଏନେଇ ଝିଅଜ୍ୱାଇଁ ଏବଂ ଶାଶୁ ଏବଂ ଶଳାଙ୍କ ମଧ୍ୟରେ ମନୋମାଲିନ୍ୟ ହୋଇ ପାଟିତୁଣ୍ଡ ହୋଇଥିଲା। ଅନ୍ୟପକ୍ଷେ ଟଙ୍କା ପରିଶୋଧ କରିବା ନେଇ ମା’ପୁଅ ଚିନ୍ତାରେ ଥିଲେ। ବେଳକୁ ବେଳ ମା’ପୁଅଙ୍କ ଆର୍ଥିକ ସଂକଟ ଗୁରୁତର ହେବାରୁ ଏଥିରେ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ରାତିରେ ମା’ ପୁଅ ବିଷ ପିଇ ଦେଇଥିଲେ। ରାତିରେ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଶନିବାର ସକାଳେ ମା’ଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri