୮ମାସ ତଳେ ହରାଇଥିଲେ ସ୍ବାମୀ, ଏବେ ବିଦ୍ୟୁତ୍‌ ଆଘାତରେ ଚାଲିଗଲା ମା’-ପୁଅ ଜୀବନ

ଲାଞ୍ଜିଗଡ଼,୨୬ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପୋଇଗୁଡ଼ା ଗାଁରେ ସୋମବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଫୁଲମତି ନାଏକ (୨୯) ଓ ୭ ମାସର ପୁଅ ସବୀର ନାଏକ।

ମିଳିଥିବା ସୂଚନା ମୁତାବକ, ଫୁଲମତି ସାନପୁଅ ସବୀରଙ୍କୁ କାଖେଇ ଘରକାମ କରୁଥିବା ସମୟରେ ତାଙ୍କ ଅଜାଣତରେ ଘରେ ଛିଣ୍ଡି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ୮ମାସ ତଳେ ଘର ମୁଖିଆ ତଥା ଫୁଲମତିଙ୍କ ସ୍ବାମୀ ସନ୍ତୋଷ ନାଏକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ୮ବର୍ଷର ବଡପୁଅ ଜଗଦୀଶ ବେସାହାରା ହୋଇ ବଞ୍ଚିବାର ରାହା ଖୋଜୁଛି।

ଖବର ପାଇ ବିଶ୍ୱନାଥପୁର ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ସନ୍ଦୀପ ଠାକୁର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ବେଳେ ଏ ନେଇ ମୃତକଙ୍କ ସମ୍ପର୍କୀୟ ଲୋକେ ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନା ଏଏସ୍‌ଆଇ ଶ୍ୟାମ କୁଲସିକା ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ ପଠାଇଥିଲେ। ଲାଞ୍ଜିଗଡ ତହସିଲଦାର ବନମାଳୀ ମେହେରଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଥାନାରେ ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୭/୨୫) ରୁଜୁ ହୋଇଛି।

ଶୋକାକୁଳ ପରିବେଶରେ ଗାଁ ମଶାଣିରେ ମା’ପୁଅଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏହି ଦୁଃଖ ଖବର ପାଇ ଲାଞ୍ଜିଗଡ ଜୋନ୍‌-୨ ଜିଲାପରିଷଦ ପରୀକ୍ଷିତ ନାଏକ, ବିଜେପୁର ସରପଞ୍ଚ ପ୍ରତିନିଧି ଟିକା ମାଝୀ, ଅମର ନାଏକ ପ୍ରମୁଖ ଗାଁରେ ପହଞ୍ଚି ଶୋକସନ୍ତପ ମା’ବାପା ଛେଉଣ୍ଡ ଜଗଦୀଶଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri