ଦେଶୀମଦ ପ୍ରସ୍ତୁତି ଘଟଣା: ମା’-ପୁଅ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲି ନିକଟ ବେଲପଡ଼ା ଗ୍ରାମରେ ବେଆଇନ ଭାବେ ଦେଶୀମଦ ପ୍ରସ୍ତୁତ କରି ଚୋରା ଚାଲାଣ କରୁଥିବା ଘଟଣାରେ ଫେରାର ଥିବା ଗ୍ରାମର ମନାସ ମଲ୍ଲିକ ଏବଂ ତାଙ୍କ ପୁଅ କ୍ରିଷ୍ଣା ମଲ୍ଲିକଙ୍କୁ ତଦନ୍ତକାରୀ ଅଧିକାରୀ ତଥା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରି ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛନ୍ତି। କେସ୍‌ ନଂ.୩୨୦/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣା ପରେ ଗତ ଅଗଷ୍ଟ ୨୨ ତାରିଖ ଅପରାହ୍ନରେ ଥାନା ଏସ୍‌ଆଇ ଜ୍ୟୋତିରଞ୍ଜନ ବେହେରା ସଦଳବଳ ବନ୍ଥପଲ୍ଲି, ଅନନ୍ତେଇ, ଜିନିଗୁଡ଼ା,କୁମ୍ଭଝରି, ବନ୍ଧାଗୁଡ଼ା ପ୍ରଭୃତି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ବେଲପଡ଼ା ଗ୍ରାମର ମନାସ ତାଙ୍କ ଘର ବାରି ପଟେ ଚୋରାରେ ଦେଶୀମଦ ପ୍ରସ୍ତୁତ କରୁଥିବା ଖବର ପାଇ ଚଢାଉ କରିଥିଲେ।ପୋଲିସ ଟିମ କୁ ଦେଖି ମନାସ ଏବଂ ତାଙ୍କ ପୁଅ ଘର ପଛ ପଟେ ଥିବା ଘଞ୍ଚ ଜଙ୍ଗଲକୁ ଦୌଡ଼ି ପଳାଇଥିଲେ ପୋଲିସ ମନାସଙ୍କ ଘରୁ ପ୍ରାୟ ୨ ଶହ ଲିଟର ମଦ ପୋଚ, ରନ୍ଧା ଦେଶୀମଦ, ମଦକୁ ଅଧିକ ନିଶାଯୁକ୍ତ କରିବା ପାଇଁ ବ୍ୟବହୃତ ଜଙ୍ଗଲି ଚେରମୂଳି ଏବଂ ବିଭିନ୍ନ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରି ଥାନାରେ ଏତଲା ଦେଇଥିଲେ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି। ପୂର୍ବରୁ ଏହି ମାମଲାରେ ପୋଲିସ ଅଭିଯୁକ୍ତ ସୀମାଞ୍ଚଳ ମଲ୍ଲିକ ଏବଂ ପଦ୍ମଚରଣ ମଲ୍ଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri