ଦେଶୀମଦ ପ୍ରସ୍ତୁତି ଘଟଣା: ମା’-ପୁଅ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲି ନିକଟ ବେଲପଡ଼ା ଗ୍ରାମରେ ବେଆଇନ ଭାବେ ଦେଶୀମଦ ପ୍ରସ୍ତୁତ କରି ଚୋରା ଚାଲାଣ କରୁଥିବା ଘଟଣାରେ ଫେରାର ଥିବା ଗ୍ରାମର ମନାସ ମଲ୍ଲିକ ଏବଂ ତାଙ୍କ ପୁଅ କ୍ରିଷ୍ଣା ମଲ୍ଲିକଙ୍କୁ ତଦନ୍ତକାରୀ ଅଧିକାରୀ ତଥା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରି ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛନ୍ତି। କେସ୍‌ ନଂ.୩୨୦/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣା ପରେ ଗତ ଅଗଷ୍ଟ ୨୨ ତାରିଖ ଅପରାହ୍ନରେ ଥାନା ଏସ୍‌ଆଇ ଜ୍ୟୋତିରଞ୍ଜନ ବେହେରା ସଦଳବଳ ବନ୍ଥପଲ୍ଲି, ଅନନ୍ତେଇ, ଜିନିଗୁଡ଼ା,କୁମ୍ଭଝରି, ବନ୍ଧାଗୁଡ଼ା ପ୍ରଭୃତି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ବେଲପଡ଼ା ଗ୍ରାମର ମନାସ ତାଙ୍କ ଘର ବାରି ପଟେ ଚୋରାରେ ଦେଶୀମଦ ପ୍ରସ୍ତୁତ କରୁଥିବା ଖବର ପାଇ ଚଢାଉ କରିଥିଲେ।ପୋଲିସ ଟିମ କୁ ଦେଖି ମନାସ ଏବଂ ତାଙ୍କ ପୁଅ ଘର ପଛ ପଟେ ଥିବା ଘଞ୍ଚ ଜଙ୍ଗଲକୁ ଦୌଡ଼ି ପଳାଇଥିଲେ ପୋଲିସ ମନାସଙ୍କ ଘରୁ ପ୍ରାୟ ୨ ଶହ ଲିଟର ମଦ ପୋଚ, ରନ୍ଧା ଦେଶୀମଦ, ମଦକୁ ଅଧିକ ନିଶାଯୁକ୍ତ କରିବା ପାଇଁ ବ୍ୟବହୃତ ଜଙ୍ଗଲି ଚେରମୂଳି ଏବଂ ବିଭିନ୍ନ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରି ଥାନାରେ ଏତଲା ଦେଇଥିଲେ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି। ପୂର୍ବରୁ ଏହି ମାମଲାରେ ପୋଲିସ ଅଭିଯୁକ୍ତ ସୀମାଞ୍ଚଳ ମଲ୍ଲିକ ଏବଂ ପଦ୍ମଚରଣ ମଲ୍ଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri