ଝାଡ଼ାବାନ୍ତିରେ ମା’-ପୁଅଙ୍କ ଚାଲିଗଲା ଜୀବନ, ୩ ଗୁରୁତର

ବାଲିଗୁଡା:୨୯।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ଅଧୀନ ସୁତ୍ରା ପଞ୍ଚାୟତ ସିକାଟି ଗ୍ରାମରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ମା’ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଥିବା ଜଣାପଡିଛି । ସିକାଟି ଗ୍ରାମର ଲୋଚନ ମଳିକଙ୍କ ବୋହୁ ସୁକୁମାରୀ ମଳିକ ଓ ୧୨ ବର୍ଷର ନାତି ଆୟୁଷଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ସୁକୁମାରୀଙ୍କ ସ୍ବାମୀ ସୁଦର୍ଶନ ମଳିକ ଓ ତାଙ୍କ ସାନ ପୁଅ ଟିଣ୍ଟୁ(୧୮ ମାସ)ଙ୍କ ସମେତ ଶ୍ୱଶୁର ଲୋଚନ ମଳିକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ବୋହୁ ସୁକୁମାରୀ ମଲିକ ଗତ ୧୮ ତାରିଖରେ ଝାଡାବାନ୍ତିରେ ଆକ୍ରାନ୍ତ ହେବାରୁ ପରିବାର ଲୋକେ ତାଙ୍କୁ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଠିକ ଏକ ସପ୍ତାହ ପରେ ୬ ବର୍ଷର ପୁଅ ଆୟୁଷ ମଲିକ ଝାଡା ବାନ୍ତିରେ ଆକ୍ରାନ୍ତ ହେବାରୁ ପ୍ରଥମେ ସୁତ୍ରା, ତା’ପରେ ବାରଖମା, ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ପରେ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ପରବର୍ତ୍ତୀ ସମୟରେ ପରିବାର ଲୋକେ ଆୟୁଷଙ୍କୁ ଘରକୁ ନେଇ ଆସିଥିଲେ। ହେଲେ ୨୫ ତାରିଖରେ ଆୟୁଷଙ୍କ ମୃତ୍ୟୁ ଘଟିଥିଲା। ସେହି ପରିବାରର ଲୋଚନ ମଲିକ ୬୫ ବର୍ଷ ଓ ଚିଣ୍ଟୁ ମଲିକ(୧୮ମାସ) ଝାଡାବାନ୍ତିରେ ଆକ୍ରାନ୍ତ ହେବା ଖବର ପାଇଁ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଏକ ଟିମ୍‌ଙ୍କ ସମେତ ଆଶା ଓ ସ୍ବାସ୍ଥ୍ୟ କର୍ମୀ ଗାଁରେ ପହଞ୍ଚି ଗ୍ରାମବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଦୁଇ ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଇଥିବା ଡାକ୍ତର ଦେବୀ ପ୍ରସାଦ କହିଛନ୍ତି। ବର୍ତ୍ତମାନ ଆକ୍ରାନ୍ତମାନେ ସୁସ୍ଥ ଥିବା ସେ କହିଛନ୍ତି । ଜଙ୍ଗଲି ଛତୁ ଖାଇ କିମ୍ବା ପାଣି ଯୋଗୁ ଝାଡାବାନ୍ତି ହୋଇଥିବା ସେ ଆଶଙ୍କା ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ସୁତ୍ରା ପଞ୍ଚାୟତରୁ ମାତ୍ର ୫ କିଲୋମିଟର ଦୂରରେ ଅବସ୍ଥିତ ସିକାଟି ଗାଁ। ହେଲେ ଗାଁ କୁ ପକ୍କା ରାସ୍ତା ନାହିଁ। ଫଳରେ ଆମ୍ବୁଲାନ୍ସ ଯିବା ସାତ ସପନ। ଫଳରେ କେହି ରୋଗରେ ପୀଡ଼ିତ ହେଲେ କିମ୍ବା ଗର୍ଭବତୀ ମାଆମାନଙ୍କୁ ଖଟିଆରେ ଭାର କରି ରାସ୍ତାକୁ ଆଣି ଅଟୋ କିମ୍ବା କୌଣସି ଗାଡ଼ିରେ ମେଡିକାଲ ନେବାକୁ ପଡିଥାଏ। ବର୍ତ୍ତମାନ ମଧ୍ୟ ଗାଁ ଲୋକେ ଚୁଆଁ ପାଣି ଉପରେ ନିର୍ଭର କରୁଛନ୍ତି। ଏନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଉ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri