ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ

ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ମାଟିଖାଲ ଗ୍ରାମର ଖଗେଶ୍ୱର ସାହୁ ଓ ତାଙ୍କ ମା’ ରମାଦେବୀ ସାହୁ। ଖଗେଶ୍ୱର ଓଡି ୦୭ ଜି ୩୫୭୪ ନଂ ଏକ ବାଇକ୍‌ ଯୋଗେ ବ୍ରହ୍ମପୁରରୁ ନିଜ ଗ୍ରାମ ମାଟିଖାଲ ଅଭିମୁଖେ ଆସୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଦୁହିଁଙ୍କ ମୃତ୍ୟୁ ଘଟିଥିଲା। ଘଟଣାର ଖବର ପାଇ ଚମାଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏନେଇ ଚମାଖଣ୍ଡି ଥାନାରେ ୧୮୭/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଚମାଖଣ୍ଡି ଥାନାର ଏଏସ୍‌ଆଇ ଅରୁଣ କୁମାର ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri