ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍‌: ଚାଲିଗଲା ସାନ ପୁଅଙ୍କ ଜୀବନ

ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର ହୋଇଥିବା ବେଳେ ୧୦ ବର୍ଷର ସାନ ପୁଅଙ୍କ ମୃତ୍ୟୁ ଘଟିଛି।

ମା’ ଏବଂ ପୁଅଙ୍କୁ ଗୁରୁତର ଅବସ୍ଥାରେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବିଲକୁ ଯିବାପାଇ ଜ୍ୟୋସ୍ନାରାଣୀ ୨ ପୁଅଙ୍କ ସହ ଘର ସମ୍ମୁଖରେ ଛିଡା ହୋଇଥିଲେ। ସେତିକିବେଳେ କଟକରୁ ସୋନପୁର ଯାଉଥିବା ଏକ ଓଡ଼ି୦୩ଭି-୭୪୩୦ ନମ୍ବର ବିଶିଷ୍ଟ ଏକ କାର୍‌ ଭାରସାମ୍ୟ ହରାଇ ମା’ ଓ ଦୁଇ ପୁଅଙ୍କୁ ଧକ୍କା ଦେଇଥିଲା। ଫଳରେ ସାନ ପୁଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମା’ ଏବଂ ବଡ଼ ପୁଅ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଖବର ପାଇ ବାଣୀଗୋଛା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ କାର୍‌ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri