ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା ପରେ ରାଗ ସୁଝାଇବା ପାଇଁ ନିଜର ଦୁଇ ଜଣ ନିଷ୍ପାପ ଶିଶୁଙ୍କୁ ପନିକି ଏବଂ ଟାଙ୍ଗିଆରେ ହାଣି ହତ୍ୟା କରିଛି।
ଘଟଣା ଅନୁସାରେ, ଅଭିଯୁକ୍ତା ରଞ୍ଜିତା ଓରାମ ନିଜର ସ୍ବାମୀ ସୀତାରାମ ଓରାମଙ୍କ ସହିତ ଝାରସୁଗୁଡା ବିମାନ ବନ୍ଦର ଥାନା ନିକଟରେ ଥିବା ଓରାମପଡାରେ ରହି ଆସୁଥିଲେ। ରଞ୍ଜିତା ସବୁବେଳେ ସ୍ବାମୀ ସୀତାରାମଙ୍କୁ ଅନ୍ୟ ସ୍ତ୍ରୀ ସହିତ ସମ୍ପର୍କ ଥିବା ନେଇ ସନ୍ଦେହ କରୁଥିଲେ ଏବଂ ନିଜ ସହିତ ଦୁଇ ଶିଶୁଙ୍କୁ ମାରିଦେବା ପାଇଁ ସ୍ବାମୀଙ୍କୁ ଧମକ ଦେଉଥିଲେ। ଘଟଣାର ପୂର୍ବଦିନ ରଞ୍ଜିତା ଏବଂ ସୀତାରାମ ଙ୍କ ମଧ୍ୟରେ କଳି ଝଗଡା ହୋଇଥିଲା। ଶନିବାର ରାତି ପ୍ରାୟ ୧୧.୩୦ ସମୟରେ ରଞ୍ଜିତା ଶୌଚ ଯିବାପାଇଁ ସ୍ବାମୀ ସୀତାରାମଙ୍କୁ ଉଠାଇଥିଲା। ସୀତାରାମ ଘରର କବାଟ ଖୋଲି ବାହାରକୁ ବାହାରି ପଡିବା ପରେ ରଞ୍ଜିତା ପଛପଟୁ କବାଟ ବନ୍ଦ କରିଦେଇଥିଲେ। ଭିତରେ ଥିବା ପନିକି ଏବଂ ଟାଙ୍ଗିଆରେ ୧୦ ବର୍ଷର ଝିଅ ଜିଜ୍ଞାସା ଓରାମ ଏବଂ ୫ ବର୍ଷର ପୁଅ ବିହାଂଶୁ ଓରାମଙ୍କୁ ନିର୍ମମ ଭାବେ ହାଣି ହତ୍ୟା କରିଥିଲେ ଏବଂ ନିଜକୁ ମଧ୍ୟ କ୍ଷତାକ୍ତ କରିଥିଲେ।
ଏପଟେ ସ୍ବାମୀ ସୀତାରାମ ଯେତେ ଡାକିଲେ ମଧ୍ୟ ରଞ୍ଜିତା କବାଟ ନ ଖୋଲିବାରୁ ନିଜ ବଡଭାଇଙ୍କୁ ଡାକି ପଛପଟ ଝରକାକୁ ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ସେତେବେଳେକୁ ଝିଅ ଜିଂଜ୍ଞାସା ମୃତ୍ୟୁବରଣ ସାରିଥିବାବେଳେ ପୁଅ ବିହାଂଶୁ ମଧ୍ୟ ଅତ୍ୟନ୍ତ ଗୁରୁତର ହୋଇ ସାରିଥିଲେ। ସୀତାରାମଙ୍କ ବଡ ଭାଇ ପୋଲିସକୁ ଖବର ଦେଲା ପରେ ପୋଲିସ ସହାୟତାରେ ଦୁଇଟି ଆମ୍ବୁଲାନ୍ସ ଯୋଗେ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟ ଶିଶୁଙ୍କୁ ମୃତ ଘୋଷଣା କରିଥିବାବେଳେ ଅଭିଯୁକ୍ତା ରଞ୍ଜିତା ଚିକିତ୍ସିତ ହେଉଛନ୍ତି। ସ୍ଥାନୀୟ ଲୋକନ୍‌ଙ୍କ କହିବା ଅନୁଯାୟୀ, ସ୍ବାମୀ ସ୍ତ୍ରୀଙ୍କ କଳି ଏବଂ ସ୍ତ୍ରୀର ସ୍ବାମୀ ଉପରେ ସନ୍ଦେହ ହିଁ ଘଟଣାସ୍‌ର ମୁଖ୍ୟ କାରଣ। ଅନ୍ୟପଟେ ଝାରସୁଗୁଡା ଏସପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ସହିତ ସାଇଣ୍ଟିଫିକ ଟିମ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କାର୍ଯ୍ୟ ଚଳାଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri