ଅବହେଳିତ ଅବସ୍ଥାରେ ମା’ ଭଣ୍ଡାରଘରଣୀଙ୍କ ମୂଳପୀଠ

ନନ୍ଦାହାଣ୍ଡି,୨।୯(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ। ନବରଙ୍ଗପୁର ଜିଲାବାସୀଙ୍କ ସହାୟତା ଓ ଚେଷ୍ଟା ଫଳରେ ନବରଙ୍ଗପୁର ସହର ମଝିରେ ମାଁ ଙ୍କର ଅତି ସୁନ୍ଦର ଓ ବିରାଟ ମନ୍ଦିର ବିଦ୍ୟମାନ। କିନ୍ତୁ ସମସ୍ତଙ୍କୁ ଘଣ୍ଟ ଘୋଡାଇ ରଖିଥିବା ମାଁ ଭଣ୍ଡାରଘରଣୀଙ୍କର ମୂଳପୀଠ ଆଜି ବି ଅବହେଳିତ ଏବଂ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି।
ମୂଳପୀଠଟି ନନ୍ଦାହାଣ୍ଡି ବ୍ଲକର ଜଗନ୍ନାଥପୁର ଗ୍ରାମରେ ଟିଣ ଭଙ୍ଗା ଦଦରା ଘରେ ରହିଛି। ଅତୀତରେ ନବରଙ୍ଗପୁର ରାଜା ଶ୍ରୀ ଚୈତନ୍ୟ ଦେବ ନିଜ ରାଜଧାନୀରେ ମା’ଙ୍କୁ ଆଣି ସ୍ଥାପନା କରିଥିଲେ। କିନ୍ତୁ ସରକାର ଆଉ ଜନ ପ୍ରତିନିଧିମାନଙ୍କ ଦୃଷ୍ଟିରେ ପଡୁନି ମାଁଙ୍କ ମୂଳପୀଠ। ସୁନ୍ଦର ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏବଂ ବଣ ପାହାଡ ଘେରା ଏହି ଗାଁକୁ ଭଲ ରାସ୍ତା ଟିଏ ମଧ୍ୟ ନାହିଁ। ମନ୍ଦିରର ନବୀକରଣକୁ ନେଇ ଅନେକ ଥର ଦାବି ଉଠିଛି। କିନ୍ତୁ ସମୟ ସ୍ରୋତରେ ସବୁ ଭାସିଯାଇଛି। ମନ୍ଦିର ପାର୍ଶ୍ୱରେ ଅଛି ଇତିହାସର ସ୍ମୃତି ବହନ କରୁଥିବା ରାଣୀ ପୋଖରୀ, ଯାହାକି ଆଜି କେବଳ ଏକ ଗାତ ହୋଇ ରହିଯାଇଛି। ଇତିହାସର ସ୍ମୃତି ବହନ କରୁଥିବା ଏହି ରାଣୀ ପୋଖରୀର ପୁନରୁଦ୍ଧାର ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଯୋଜନା ଉପଯୋଗୀ ହୋଇପାରୁନାହିଁ। ନିର୍ବାଚନ ପୂର୍ବରୁ ବିଜୟର ମନସ୍କାମନା ନେଇ ଆଶୀର୍ବାଦ ଭିକ୍ଷା କରିବାକୁ ଯାଉଥିବା ଜନ ପ୍ରତିନିଧି କିନ୍ତୁ ନିର୍ବାଚନ ପରେ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ନିଜ ପାଣ୍ଠିରୁ କିଛି ସାହାଯ୍ୟ ଦିଅନ୍ତି ନାହିଁ ବୋଲି ଦୁଃଖରେ କୁହନ୍ତି ଗ୍ରାମବାସୀ। ସବୁଠୁ ଦୁଃଖର ବିଷୟ ଯେ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ଆଜି ଏହା ହଜିଯାଇଛି। ବାରମ୍ବାର ପ୍ରଶାସନକୁ ଏହି ଐତିହ୍ୟ ବଞ୍ଚାଇବା ପାଇଁ ନିବେଦନ କରିବା ପରେ ଏବେ କିନ୍ତୁ ସରକାର, ପ୍ରଶାସନ, ସମସ୍ତ ଜନ ପ୍ରତିନିଧି, ଅଞ୍ଚଳବାସୀଙ୍କ ସହ କିଛି ବଦାନ୍ୟ ବ୍ୟକ୍ତିଙ୍କ ସହାୟତା ଅପେକ୍ଷାରେ ମାଁ ଭଣ୍ଡାରଘରଣୀ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri