ସରିଲା ମା’ ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ୍‌,୨୪ା୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ଶନିବାର ଶେଷ ହୋଇଛି। ମା’ଙ୍କୁ ମହାମାୟା ବେଶରେ ସଜ୍ଜିତ କରାଯାଇଥିଲା। ଚଳିତ ବର୍ଷ ୯ ଦିନ ପରିବର୍ତ୍ତେ ୮ ଦିନ ରଥଯାତ୍ରା କରାଯାଇଥିବାରୁ ଅପରାହ୍ନରେ ରଥକୁ ବେଢ଼ା ପରିକ୍ରମା କରାଯାଇଥିଲା। ପରେ ରଥକୁ ମନ୍ଦିର ସମ୍ମୁଖକୁ ଅଣାଯାଇ ସୁସଜ୍ଜିତ ବିମାନରେ ମା’ଙ୍କ ବିଜୟ ପ୍ରତିମାକୁ ଲାଖବିନ୍ଧା ପଡ଼ିଆକୁ ନିଆଯାଇ ଦିଗବିଜୟ ଯାତ୍ରା କରାଯାଇଥିଲା। କରୋନା କଟକଣା ପାଇଁ ସ୍ବଳ୍ପ ସଂଖ୍ୟକ ପୋଲିସ ଓ ସେବାୟତ ଉକ୍ତ ଯାତ୍ରାରେ ସାମିଲ ହୋଇଥିଲେ। ପ୍ରତ୍ୟେକ ବର୍ଷ ହଜାରହଜାର ସଂଖ୍ୟକ ଭକ୍ତ ଯୋଗଦେଉଥିବା ବେଳେ ଚଳିତବର୍ଷ ବିନା ଭକ୍ତରେ ମା’ଙ୍କ ଷୋଡଶୋପଚାର ଓ ରଥଯାତ୍ରା ସମାପନ ହୋଇଛି। ଏଥିପାଇଁ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯାଜପୁରବାସୀ, ସେବାୟତ ଓ ପୋଲିସ ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି। ଯାଜପୁର ଏସ୍‌ପି ଚରଣ ସିଂ ମୀନା, ଉପଜିଲାପାଳ ତଥା ଟ୍ରଷ୍ଟି ନାରାୟଣ ଚନ୍ଦ୍ର ଧଳ, ପିଡି ଡିଆରଡିଏ ଇନ୍ଦ୍ରମଣି ନାୟକ, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ତହସିଲଦାର ସୁଶାନ୍ତ କୁମାର ପତି, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଯାଜପୁର ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ରଙ୍କ ତତ୍ତ୍ୱାବଧାନରେ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri