ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍‌ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତ ଗୁଟଖାପଦର ଗାଁରେ ଏପରି ଘଟିଛି। ଏହି ଗାଁର ହେମନ୍ତ ପାତ୍ରଙ୍କ ପୁଅ କୁବେର ପାତ୍ର, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହି ନବମ ଶ୍ରେଣୀରେ ପାଠ ପଢୁଥିଲେ। ଗତ ମାସରେ କୁବେରଙ୍କ ସ୍ବାସ୍ଥ୍ୟ ଖରାପ ହେଇଥିଲା। ବିଦ୍ୟାଳୟ କର୍ତ୍ତୃପକ୍ଷ ତାଙ୍କ ଚିକିତ୍ସା ନ କରି ହଷ୍ଟେଲରେ ତାଙ୍କୁ ରଖିଥିଲେ। ଏପରିକି ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇ ନ ଥିଲେ। ଖବର ପାଇ କୁବେରରଙ୍କ ମା’ ବେଲଘର ହଷ୍ଟେଲକୁ ପୁଅକୁ ଦେଖିବାକୁ ଯାଇଥିଲେ। ସେତେବେଳକୁ କୁବେରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରତର ଥିବାରୁ ସେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଜଣାଇ ମେଡିକାଲ ନେବାକୁ କୁବେରଙ୍କୁ ଘରକୁ ଆଣିଥିଲେ। ପରେ ସ୍ଥାନୀୟ ମେଡିକାଲରେ ତାଙ୍କ ଚିକିତ୍ସା କରିଥିଲେ। ମାତ୍ର କୁବେରଙ୍କ ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ନ ଆସିବାରୁ ସେ ଗତ ମାସ ୫ ତାରିଖରେ କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ନେଇଥିଲେ। ସେହି ଦିନ ଚିକିତ୍ସାଧୀନ ଅବସ୍ଥାରେ କୁବେରଙ୍କ ମୃତ୍ୟୁ ହୋଇଥିଲା। ପୁଅର ମୃତ୍ୟୁ ପାଇଁ ପରିବାର ଲୋକେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ମୋ ପୁଅର ମୃତ୍ୟୁ ଘଟିଲା ବୋଲି ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ତାଙ୍କୁ ନ୍ୟାୟ ଦେବାକୁ ସେ ଦାବି କରିଛନ୍ତି। ଏ ସମ୍ପର୍କରେ ହଷ୍ଟେଲ କର୍ତ୍ତୃୃପକ୍ଷଙ୍କୁ ପଚାରିବା ଲାଗି ପ୍ରୟାସ କରାଯାଇଥିଲେ ମଧ୍ୟ ତାଙ୍କ ପ୍ରତିକିୟା ମିଳିପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri