ଦିବ୍ୟାଙ୍ଗ ଶିଶୁଙ୍କୁ ଜନ୍ମ ଦେଇ ଜୀବନ ହାରିଲେ ମା’

ଫୁଲନଖରା,୨୧।୧୦(ଡି.ଏନ୍‌.ଏ.): କଟକ ସଦର ଥାନା ପୋଲିସ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ କଟକ ସଦର ଥାନା ଅଧୀନ ହରିଅନ୍ତା ଗ୍ରାମର ରୁବି ପ୍ରଧାନ।
ମିଳିଥିବା ସୂଚନା ମୁତାବକ, ରୁବି ଗତ ଦୁଇବର୍ଷ ତଳେ ଏହି ଗ୍ରାମର ଅଶୋକ ପ୍ରଧାନଙ୍କୁ ବିବାହ କରିଥିଲେ। ଗତ ମାସରେ ରୁବି ଏକ ଦିବ୍ୟାଙ୍ଗ ଶିଶୁଙ୍କୁ ଜନ୍ମ ଦେଇ ମାନସିକ ଚାପରେ ରହୁଥିଲେ। ହେଲେ ଗୁରୁବାର ବିଳମ୍ବିତ ରାତିରେ ଘର ଉପର ମହଲାରେ ପରିବାର ଲୋକେ ଶୋଇଥିବା ବେଳେ ତଳ ମହଲାରେ ସେ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ରୁବିଙ୍କ ଭିଣୋଇ ଭୁବନେଶ୍ୱର ଦାରୁଠେଙ୍ଗ ଗ୍ରାମର ପ୍ରଦୀପ ଗଜେନ୍ଦ୍ର କଟକ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ସଦର ଥାନା ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ମେଡିକାଲ ପଠାଇଛନ୍ତି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୩୦/୨୨) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ...

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ....

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା...

ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି...

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ...

ଅମଳ ବେଳେ ଉଜାଡ଼ୁଛନ୍ତି ହାତୀପଲ

ଢେଙ୍କିକୋଟ, ୨୯।୧୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ର ଦେଓବନ୍ଧ ଫରେଷ୍ଟ ସେକ୍ସନ ସାନ୍ତରାପୁର ପଞ୍ଚାୟତର ଛତିଆ ଗ୍ରାମ ହୁଡ଼ି ସାହିରେ ସୋମବାର ସାଠାରୁ ରାତି...

କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri