ଘର ବାରଣ୍ଡାରେ ଖେଳୁଥିବା ବେଳେ ଶିଶୁପୁତ୍ରର ଗୁପ୍ତାଙ୍ଗ କାଟିଦେଲେ ବଡ଼ ମା’, ୩ ବର୍ଷ ପରେ ସାମ୍ନାକୁ ଆସିଲା ସତ

ପାଟଣା,୩୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଚେମେଣା ପଞ୍ଚାୟତ ଭୃଙ୍ଗରାଜପଶି ଗ୍ରାମର ଦେବଶର୍ମା ମୁଣ୍ଡାଙ୍କ ୨ବର୍ଷର ଶିଶୁପୁତ୍ରଙ୍କ ଗୁପ୍ତାଙ୍ଗ କାଟିଦେବା ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଥିଲା। ମିଳିଥିବା ସୂଚନାନୁସାରେ, ଶିଶୁପୁତ୍ର ରଞ୍ଜନ ମୁଣ୍ଡା ଗତ ୨୦୨୩ ଜାନୁଆରୀ ୮ ତାରିଖରେ ଘର ବାରଣ୍ଡାରେ ଖେଳୁଥିବା ସମୟରେ କେହି ଜଣେ ଶିଶୁର ଗୁପ୍ତାଙ୍ଗକୁ ବ୍ଲେଡ଼ରେ କାଟି ଦେଇଥିଲେ। ଗୁରୁତର ଅବସ୍ଥାରେ ଶିଶୁଟିକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣାକୁ ନେଇ ରଞ୍ଜନଙ୍କ ଜେଜେମା କୁନି ମୁଣ୍ଡା ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ୩/୨୩ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲା। ତଦନ୍ତରେ ଶିଶୁର ବଡ଼ ମା’ ନିଜେ ଶିଶୁର ଗୁପ୍ତାଙ୍ଗକୁ ଏକ ବ୍ଲେଡ଼ ସହାୟତାରେ କାଟି ଦେଇଥିବା ଜଣାପଡିବା ପରେ ଗୁରୁବାର ପୋଲିସ ଶିଶୁର ବଡ଼ ମା’ ଲକ୍ଷ୍ମୀ ମୁଣ୍ଡା(୪୦) ଙ୍କୁ ଗିରଫ କରି କୋର୍ଟଚାଲାଣ କରିବା ସହ ବ୍ଲେଡ଼କୁ ଜବତ କରିଛି । ସୂଚନା ଯୋଗ୍ୟ ଯେ, ପରିବାର ଲୋକେ କୌଣସି କାମରେ ଘର ବାହାରକୁ ଯାଇଥିଲେ। ଶିଶୁଟି ସାଙ୍ଗମାନଙ୍କ ସହ ଘର ଅଗଣାରେ ଖେଳୁଥିଲା ସମୟରେ ଶିଶୁର ଗୁପ୍ତାଙ୍ଗକୁ ଏକ ବ୍ଲେଡ଼ରେ କାଟି ଦେଇଥିଲେ। ଶିଶୁଟି ଗୋଇଠା ମାରି ଦେବାରୁ ବଡ଼ ମା’ ରାଗିଯାଇ ଏଭଳି କାଣ୍ଡ ଭିଆଇ ଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri