ମା’ ଝିଅଙ୍କୁ ଆକ୍ରମଣ: ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ,୯।୩(ଡିଏନଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଜଣେ ଯୁବତୀଙ୍କୁ ଗ୍ରାମର ଜଣେ ଯୁବକ ମଦ ପିଇ ଆକ୍ରମଣ କରି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବିକାଶ ବେହେରା ଓରଫ କାଳିଆ।

ଅଭିଯୋଗ ମୁତାବକ, ଯୁବତୀ ଜଣକ ଘର ପିଣ୍ଡାରେ ବସି ଥିବାବେଳେ ଅଭିଯୁକ୍ତ କାଳିଆ ତାଙ୍କୁ ମାରପିଟ୍‌ କରିଥିଲେ। ଯୁବତୀ ଜଣକ ଭୟଭୀତ ଅବସ୍ଥାରେ ଘର ଭିତରକୁ ପଶିଯିବାରୁ କାଳିଆ ବଳପୂର୍ବକ ପଶି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହା ଦେଖି ଯୁବତୀଙ୍କ ମା’ ପ୍ରତିରୋଧ କରିବାରୁ ତାଙ୍କୁ ମଧ୍ୟ ଏକ କାତିରେ ଆକ୍ରମଣ କରିଥିଲେ। ଫଳରେ ଯୁବତୀଙ୍କ ମା’ଙ୍କ ହାତରେ କ୍ଷତ ସୃଷ୍ଟି ହୋଇଛି। ମା’ ଝିଅ ପାଟି କରିବାରୁ କାଳିଆ ଅନୁରୂପ ଭାବେ ପଡ଼ିଶା ଘରେ ପଶି ମହିଳାମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ କାଳିଆଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ଏପରି କି ଗାଁର ମହିଳାମାନେ ହିଞ୍ଜିଳି ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଦାବି କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୧୪୮/୨୩) ରୁଜୁ କରି କାଳିଆଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri