ମାସ୍କ ପିନ୍ଧି ନ ଥିବା ମହିଳାଙ୍କୁ ତାଗିଦ୍‌: ପୋଲିସକୁ ମିଳିଲା ଶକ୍ତ ଚଟକଣା

ଭୋପାଳ,୧୮।୫: ଦେଶରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇଥିବା ବେଳେ ଏବେ ବି ଲୋକେ ଚେତୁନାହାନ୍ତି। କରୋନା ବିରୋଧରେ ଲଢ଼େଇ ପାଇଁ ଯେଉଁଠି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ମାସ୍କ ପରିଧାନକୁ ଜରୁରୀ ବୋଲି କହୁଛନ୍ତି, ସେଠାରେ ଲୋକେ ଏବେ ବି ଏହାର ଭୟାବହତାକୁ ବୁଝିପାରୁନାହାନ୍ତି। ଏଥିସହ ସଠିକ୍‌ ଭାବେ ମାସ୍କ ପରିଧାନ କରୁନାହାନ୍ତି। କେବଳ ସେତିକି ନୁହେଁ ଧରାପଡ଼ିଲେ ସେମାନଙ୍କ ଆଚରଣ ଓ ବ୍ୟବହାର ସମସ୍ତଙ୍କୁ ଚକିତ କରିଦେବାଭଳି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ମଧ୍ୟପ୍ରଦେଶ ସାଗର ଜିଲାର ରୋହଲି ଥାନା ଅଞ୍ଚଳରେ ଲକ୍‌ଡାଉନ ଜାରି ରହିଥିବା ବେଳେ ଜଣେ ମା’ ଝିଅ ମାସ୍କ ନ ପିନ୍ଧି ରାସ୍ତାରେ ବୁଲୁଥିଲେ। ପୋଲିସ ସେମାନଙ୍କୁ ଅଟକାଇ ତାଗିଦ୍‌ କରିବା ସହ ଚାଲାନ କାଟିବାକୁ କହିଥିଲା। ଏହାକୁ ନେଇ ମା’ ଝିଅ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। କଥା ଏତେ ଦୂର ବଢ଼ିଯାଇଥିଲା ଯେ, ପୋଲିସ ଓ ସେମାନଙ୍କ ଭିତରେ ଧସ୍ତାଧସ୍ତି ହୋଇଥିଲା। ମା’ଝିଅ ମିଶି ମହିଳା କନେଷ୍ଟବଳକୁ ଶକ୍ତ ଚଟକଣା ମାରିଥିବା ଅଭିଯୋଗ ହୋଇଛି। ଏହାର ପାଲଟା ଜବାବରେ ମହିଳା ପୋଲିସକର୍ମୀ ମଧ୍ୟ ତାଙ୍କୁ ଚାପୁଡ଼ା ମାରିବା ସହ ତଳେ ପକାଇଦେଇଥିଲେ। ବହୁ ସମୟ ଧରି ରାସ୍ତା ମଝିରେ ଉଭୟଙ୍କ ମଧ୍ୟରେ ହଙ୍ଗମା ଚାଲିଥିଲା। ଘଟଣାସ୍ଥଳରେ ଥିବା ପୋଲିସ ସେମାନଙ୍କୁ ଶାନ୍ତ କରିବାକୁ ଚେଷ୍ଟା କରିଥିଲେ। ପରେ ଏହି ଘଟଣାରେ ପୋଲିସ ମା’ଝିଅଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରି ଜେଲ୍‌ ପଠାଇଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri