ଟ୍ରକ୍‌ ଧକ୍କାରେ ମା’ ମୃତ, ପୁଅ ଗୁରୁତର

ମାଲକାନଗିରି, ୨୩ା୬(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ଡିଏନ୍‌କେ ଛକଠାରେ ରବିବାର ଏକ ସଡକ ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପିହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ସଦର ମହକୁମା ରିକ୍ଲାମେସନ କଲୋନୀର ମଜୁରିଆ ଭାବେ କାମ କରୁଥିବା ମହିଳା ପାର୍ବତୀ ପାଣିଗ୍ରାହୀ ଓ ତାଙ୍କ ପୁଅ ସାଗର ସାଇକେଲ ଯୋଗେ ଡିଏନ୍‌କେ ଛକ ପାର ହେଉଥିଲେ।

ସେତିକିବେଳେ ମାଲକାନଗିରି ପଟୁ ଆନ୍ଧ୍ର ଅଭିମୁଖେ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍‌ ସାଇକଲ ପଛପଟୁ ଧକ୍କା ଦେବା ଫଳରେ ପାର୍ବତୀ ଚକା ତଳେ ପଡି ଯିବାରୁ ଟ୍ରକଟି ତାଙ୍କ ଉପରରେ ଚଢି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ସାଗର କିଛି ଦୁରରେ ଛିଟିକି ପଡିଯିବାରୁ ତାଙ୍କ ଗୋଡ ଭାଙ୍ଗି ଯାଇଛି।

ସ୍ଥାନୀୟ ଲୋକେ ସାଗରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଖବର ପାଇ ସାହି ବାସିନ୍ଦା ଓ ସମ୍ପର୍କୀୟମାନେ ମୃତଦେହ ରଖି ଆନ୍ଦୋଳନ କରିବା ସହ କ୍ଷତିପୂରଣ ଦାବି କରିଥିଲେ। ଫଳରେ ମଧ୍ୟାହ୍ନ ପର୍ଯ୍ୟନ୍ତ ଉକ୍ତ ରାସ୍ତାଦେଇ ଯାତାୟତ ସମ୍ପୂର୍ଣ୍ଣ ବନ୍ଦ ହୋଇଯିବା ସହ ଉଭୟ ପଟେ ଗାଡିଗୁଡିକ ଅଟକି ରହିଥିଲା।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚ ଗାଡିଗୁଡିକୁ ବାଇପାସ୍‌ ରାସ୍ତା ପଟେ ପଠାଇଥିବା ବେଳେ ଗାଡି ଓ ଚାଳକଙ୍କୁ ଅଟକ ରଖି ପଚରାଉଚୁରା ଜାରି ରଖଛି। ଅନ୍ୟପକ୍ଷରେ ସାହି ବାସିନ୍ଦା ଓ ସମ୍ପର୍କୀୟମାନଙ୍କୁ ବୁଝାସୁଝା କରିବା ସହ ତାଙ୍କୁ କ୍ଷତପୂରଣ ପ୍ରତଶ୍ରୁତି ଦେବା ପରେ ଆନ୍ଦୋଳନରୁ ଓହରି ଥିଲୋ । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri